ରାଜଧାନୀରେ ଦୁର୍ଦ୍ଦାନ୍ତ ଅପରାଧୀ ରଘୁଙ୍କୁ ଏନକାଉଣ୍ଟର, ବାମ ଗୋଡ଼ରେ ବାଜିଛି ଗୁଳି

ଭୁବନେଶ୍ୱର,୨୮।୧୨: ରାଜଧାନୀରେ ଫୁଟିଲା ଗୁଳି। ନୂଆବର୍ଷ ପୂର୍ବରୁ ଦୁର୍ଦ୍ଦାନ୍ତ ଅପରାଧୀ ରଘୁ ବିଶ୍ୱାଳଙ୍କୁ ଏନକାଉଣ୍ଟର କରିଛି ଭୁବନେଶ୍ୱର କମିଶନରେଟ୍‌ ପୋଲିସ। ତାଙ୍କ ବାମ ଗୋଡ଼ରେ ଗୁଳି ବାଜିଛି। ରଘୁଙ୍କ ନାମରେ ୧୫ ଥାନାରେ ଅନେକ ଡକାୟତି ସହ ରାହାଜାନୀ ମାମଲା ରହିଛି। ପୋଲିସ ତାଙ୍କ ନିକଟରୁ ଏକ ବନ୍ଧୁକ ଜବତ କରିଛି। ତେବେ ରଘୁ କୁଖ୍ୟାତ ଅପରାଧୀ ରବି ରାଓ ଗ୍ୟାଙ୍ଗର ସଦସ୍ୟ ବୋଲି ଜଣାପଡ଼ିଛି।

ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଦେଇଥିବା ସୂଚନାନୁଯାୟୀ, ବୁଧବାର ରାତିରେ ବାଲିଯାତ୍ରା ପଡ଼ିଆ ରାସ୍ତା ଦେଇ ଲୋକେ ଯିବା ବାଟରେ ୨ ଯୁବକ ସେମାନଙ୍କୁ ଅଟକାଉଥିବା ପୋଲିସକୁ ଖବର ମିଳିଥିଲା। ପରେ ମଞ୍ଚେଶ୍ୱର ଥାନା ପୋଲିସ ଏବଂ ସ୍ବତନ୍ତ୍ର ସ୍କ୍ବାର୍ଡ ପକ୍ଷରୁ ମିଳିତ ଭାବେ ପାଟ୍ରୋଲିଂ କରାଯାଉଥିବା ବେଳେ ରଘୁ ଏବଂ ତାଙ୍କର ସହଯୋଗୀ ପୁନିଆ ନାୟକ ବୁଲୁଥିବାର ନଜର ଆସିଥିଲେ। ପୋଲିସ ସେମାନଙ୍କୁ ପିଛା କରି ଅଟକାଇବାକୁ ଚେଷ୍ଟା କରିଥିଲା। ହେଲେ ସେମାନେ ଗୁଳିମାଡ଼ କରି ବାଇକରେ ଫେରାର ହେବାକୁ ଚେଷ୍ଟା କରୁଥିଲେ। ପରବର୍ତ୍ତୀ ସମୟରେ ପୋଲିସର ପାଲଟା ଗୁଳିମାଡ଼ରେ ରଘୁ ଆହତ ହୋଇଥିଲେ। ଆହତ ଅବସ୍ଥାରେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଅପରପକ୍ଷେ ଅଭିଯୁକ୍ତ ପୁନିଆ ସେଠାରୁ ଫେରାର ହୋଇଯାଇଛନ୍ତି। ଏବେ ତାଙ୍କ ସହ ରଘୁଙ୍କ ଅନ୍ୟ ସହଯୋଗୀଙ୍କୁ ଧରିବା ଲାଗି ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଖୁବ୍‌ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri