Posted inଜାତୀୟ

୪ ମାସରେ ୧୫ ପାକିସ୍ତାନୀ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର…

ଶ୍ରୀନଗର, ୧।୫ : ଚଳିତ ବର୍ଷ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା ବାହିନୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଗତ ବର୍ଷ ସମାନ ସମୟ ତୁଳନାରେ ଚଳିତ ବର୍ଷ ୪ ମାସ ମଧ୍ୟରେ ଏପର୍ଯ୍ୟନ୍ତ କାଶ୍ମୀରରେ ଆତଙ୍କବାଦୀଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି।

ଚଳିତ ବର୍ଷ ୪ ମାସ ମଧ୍ୟରେ ୬୨ ଜଣ ଆତଙ୍କବାଦୀଙ୍କ ର ଏନ୍‌ କାଉଣ୍ଟର କରାଯାଇଛି। ୨୦୨୧ରେ ଏହି ସମୟରେ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ସଂଖ୍ୟା ୩୭ ଥିଲା। ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଉପଲବ୍ଧ ତଥ୍ୟ ଅନୁଯାୟୀ, ଚଳିତ ବର୍ଷ ଏନ୍‌କାଉଣ୍ଟର ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୧୫ ଜଣ ପାକିସ୍ତାନୀ ଆତଙ୍କବାଦୀ ବୋଲି ଚିହ୍ନଟ କରାଯାଇଛି।

ଅପରପକ୍ଷରେ ୨୦୨୧ର ପ୍ରଥମ ୪ ମାସରେ କୌଣସି ବିଦେଶୀ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇ ନଥିଲା। ଗତ ବର୍ଷ ନିହତ ହୋଇଥିବା ବିଦେଶୀ ଆତଙ୍କବାଦୀଙ୍କ ସଂଖ୍ୟା ୨୦ ଥିଲା। ୨୦୨୧ ରେ କଶ୍ମୀରରେ ସମୁଦାୟ ୧୬୮ ଆତଙ୍କବାଦୀ ନିହତ ହୋଇଥିଲେ। ଖବରକାଗଜ ଇଣ୍ଡିଆନ ଏକ୍ସପ୍ରେସ ଅନୁଯାୟୀ, ଏହି ସଫଳତା ପାଇଁ ଇଣ୍ଟେଲିଜେନ୍ସ ବ୍ୟୁରୋ, ରିସର୍ଚ୍ଚ ଆଣ୍ଡ ଆନାଲିସିସ ୱିଙ୍ଗ ଏବଂ ଜମ୍ମୁ-କଶ୍ମୀର ପୋଲିସ ମଧ୍ୟ ବିକଶିତ ଜ୍ଞାନକୌଶଳର ଉପଯୋଗ ମୁଖ୍ୟତଃ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। କଶ୍ମୀର ଆଇଜି ବିଜୟ କୁମାର କହିଛନ୍ତି ଯେ, ଗୁପ୍ତଚର ରିପୋର୍ଟରେ ବିକାଶ ଯୋଗୁ ଏହି ସଫଳତା ମିଳି ପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri