ପ୍ଲାଜ୍‌ମା ଦାନ ପାଇଁ ଉତ୍ସାହିତ କର

ଅନୁଗୋଳ ଅଫିସ୍‌, ୨୯।୭

କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି ସହ ଅଧିକରୁ ଅଧିକ ପ୍ଲାଜ୍‌ମା ସଂଗ୍ରହ ଉପରେ ରାଜ୍ୟ ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଗୁରୁତ୍ୱ ଦେଇଛନ୍ତି। ମଙ୍ଗଳବାର ଅନୁଗୋଳ ଜିଲା ଗସ୍ତରେ ଆସି ମନ୍ତ୍ରୀ ସ୍ଥାନୀୟ ସର୍କିଟ ହାଉସଠାରେ ପ୍ଲାଜମା ସଂଗ୍ରହ ସମ୍ପର୍କରେ ସମୀକ୍ଷା କରିଥିଲେ।
ଅନୁଗୋଳ ଜିଲାରେ ଯେଉଁମାନେ ପ୍ଲାଜ୍‌ମା ଦାନ କରିବେ ସେମାନଙ୍କୁ ଚିହ୍ନଟ ନିମନ୍ତେ ଏକ ମେଡିକାଲ ଟିମ୍‌ ଗଠନ ସହ ସମସ୍ତ ସୁସ୍ଥଙ୍କୁ ନେଇ ହ୍ବାଟ୍ସଆପ୍‌ ଗ୍ରୁପ୍‌ କରିବାକୁ ମନ୍ତ୍ରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିଜ ନିଜ ବିଧାନସଭା କ୍ଷେତ୍ରରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିମାନଙ୍କୁ ପ୍ଲାଜମା ଦାନ ପାଇଁ ଉତ୍ସାହିତ କରିବାକୁ ଉପସ୍ଥିତ ବିଧାୟକମାନଙ୍କୁ ମନ୍ତ୍ରୀ ଅନୁରୋଧ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ୨ ଜଣ ନୋଡାଲ ଅଫିସର ଭୁବନେଶ୍ୱର ସେମାନଙ୍କୁ ନେବା ଆଣିବା ଦାୟିତ୍ୱରେ ରହିବେ। ଏହାଛଡ଼ା ଜିଲା ଖଣିଜ ପାଣ୍ଠିରେ ଅନୁଗୋଳରେ ଏକ ପ୍ଲାଜ୍‌ମା ବ୍ୟାଙ୍କ ପ୍ରତିଷ୍ଠା ପାଇଁ ଜିଲାପାଳ ସରକାରଙ୍କୁ ପ୍ରସ୍ତାବ ଦେବା ସହ ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥା ଓ ତାଲିମ କାର୍ଯ୍ୟକ୍ରମ ଆୟୋଜନ ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ସେହିପରି ଅନୁଗୋଳରେ ସାଇନ୍ସ ପାର୍କ ଖୁବ୍‌ଶୀଘ୍ର ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ କହିଥିଲେ। ଏଥିପାଇଁ ଆବଶ୍ୟକ ଜାଗା ଯୋଗାଇ ଦେବାକୁ ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ। ଜିଲାରେ ଭିନ୍ନକ୍ଷମମାନଙ୍କ ସର୍ବେକ୍ଷଣ, କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ରୋପଣ ଓ ଦକ୍ଷତା ବୃଦ୍ଧି ପାଇଁ ଜିଲା ଖଣିଜ ପାଣ୍ଠି ବିନିଯୋଗରେ ଜିଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପ୍ରତିଷ୍ଠା କରିବାକୁ ମନ୍ତ୍ରୀ ଅନୁରୋଧ କରିଥିଲେ। ଏହି ବୈଠକରେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଓ ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଲ ପ୍ରମୁଖ ଯୋଗଦେଇଥିଲେ। ଜିଲାପାଳ ମନୋଜ କୁମାର ମହାନ୍ତି ପ୍ଲାଜମା ଥେରାପି ବ୍ୟବସ୍ଥା ସରକାରଙ୍କ ଏକ ଅଭିନବ ପ୍ରୟାସ ବୋଲି କହିଥିଲେ। ଏସ୍‌ପି ଜଗମୋହନ ମୀନା, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଅଭୟ କୁମାର ଦାଶ, ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ କୁମାର ସାହୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?