ଲିଙ୍ଗରାଜଙ୍କ ଜମିରୁ ନାମଫଳକ ଭାଙ୍ଗିଲେ ଜବରଦଖଲକାରୀ

ପୁରୁଣା ଭୁବନେଶ୍ୱର, ୧୮ା୧୨(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ସେବା ପୂଜା ପାଇଁ ଥିବା ଶହ ଶହ ଏକର ଜମିକୁ ଜବରଦଖଲକାରୀ ହାତେଇବାରେ ଲାଗିଛନ୍ତି। ମନ୍ଦିର ପ୍ରଶାସନ ପକ୍ଷରୁ ୫ ବର୍ଷ ପୂର୍ବେ ଲିଙ୍ଗରାଜଙ୍କ ବିଭିନ୍ନ ସ୍ଥାନରେ ଥିବା ସମ୍ପତ୍ତି ଚିହ୍ନଟ କରାଯାଇ ନାମଫଳକ ଲଗାଯିବା ସହ ଏହା ମଧ୍ୟକୁ ପ୍ରବେଶ ଦଣ୍ଡନୀୟ ବୋଲି ଉଲ୍ଲେଖ ରହିଛି। ଏହି କ୍ରମରେ ମହତାବ ରୋଡ୍‌ସ୍ଥିତ ନାରାୟଣୀ କ୍ଲବ ନିକଟରେ ଲିଙ୍ଗରାଜଙ୍କ ମାଲିକାନାରେ ଥିବା ଭୂସମ୍ପତ୍ତିକୁ ଚିହ୍ନଟ କରାଯାଇଥିଲା। ଏହି ସ୍ଥାନରେ ତତ୍କାଳୀନ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋଡର୍ର୍ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁ ନାମଫଳକ ଲଗାଇଥିଲେ। ତେବେ ଜବରଦଖଲକାରୀ ଏଠାରେ ଥିବା ନାମଫଳକକୁ ଓପାଡ଼ି ଦୋକାନ କରିବା ପାଇଁ କାର୍ଯ୍ୟ ଜାରି ରଖିଛନ୍ତି। ଏନେଇ ସେବାୟତଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଖୁବ୍‌ଶୀଘ୍ର ଠାକୁରଙ୍କ ଏହି ସମ୍ପତ୍ତିକୁ ଚିହ୍ନଟ କରାଯିବା ସହ ନାମଫଳକ ଲଗାଇବା ପାଇଁ ଦାବି ହେଉଛି। ଏ ସମ୍ପର୍କରେ ଟ୍ରଷ୍ଟବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ଭବାନୀ ପ୍ରସାଦ ମିଶ୍ରଙ୍କ ମୋବାଇଲ ନମ୍ବରକୁ ବାରମ୍ବାର ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ ନ ଉଠେଇବାରୁ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri