ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ କୂଳ ଲଂଘି ଭୟାବହ କ୍ଷୟ ଘଟାଉଛି। ଫଳରେ ସମୁଦ୍ରକୂଳବର୍ତ୍ତୀ ଅଞ୍ଚଳରେ ଲୋକଙ୍କ ଚିନ୍ତା ବଢ଼ିଛି।

ଶୁକ୍ରବାର ରାତିରେ ସମୁଦ୍ରର ପ୍ରବଳ ଢେଉ ମାଡ଼ରେ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଥିବା ଦୁଇଟି ମନ୍ଦିର ସମୁଦ୍ର ଗର୍ଭରେ ଲୀନ ହୋଇଥିବା ଜଣାପଡ଼ିଛି। ଏହାକୁ ନେଇ ଗ୍ରାମବାସୀ ବାରମ୍ବାର ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଗୋପାଳପୁର ବନ୍ଦର ଫାଟକ ସମ୍ମୁଖରେ ଆନ୍ଦୋଳନ ମଧ୍ୟ କରିଥିଲେ।

ଏହାପରେ ଜିଲ୍ଲା ପ୍ରଶାସନ, ଗ୍ରାମବାସୀ ଓ ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷଙ୍କୁ ନେଇ ଏକ ମିଳିତ ବୈଠକ ହୋଇଥିଲା। ବୈଠକ ପରେ ସମୁଦ୍ରକୂଳରେ ପଥର ପକାଇ କ୍ଷୟ ରୋକିବା ପାଇଁ କାର୍ଯ୍ୟ ଜାରି ରହିଛି। ତେବେ ସମୁଦ୍ରର ଲଗାତାର କ୍ଷୟ ଯୋଗୁଁ ଆଗାମୀ ଦିନରେ ଆଉ କିଛି ଅଞ୍ଚଳ ଓ ମନ୍ଦିର ବିପଦରେ ପଡ଼ିବା ଆଶଙ୍କା ରହିଛି।

ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ତୁରନ୍ତ ସ୍ଥାୟୀ ସୁରକ୍ଷା ବ୍ୟବସ୍ଥା କରିବା ସହ ବିପଦରେ ଥିବା ମନ୍ଦିର ଓ ଗ୍ରାମକୁ ସୁରକ୍ଷା ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?