ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜବରଦଖଲ ଉଛେଦ କାର୍ଯ୍ୟକୁ ଜୋରଦାର କରାଯାଇଛି। ଏହି ପ୍ରରିପ୍ରେକ୍ଷୀରେ ସ୍ଥାନୀୟ ତହସିଲଦାର ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଧୀରଜ ପାତ୍ର, ବିଡ଼ିଓ ପ୍ରୀତିରଞ୍ଜନ ରଥ, ଆଇଆଇଆସି ସଂଗ୍ରାମ କେଶରୀ ଜେନା ସଦଳବଳ ଦାରିଙ୍ଗବାଡି ଚାରିଛକ କସମ ଆଉଟଲେଟଠାରୁ ୩ ଛକ ପର୍ଯ୍ୟନ୍ତ ୫୯ ନଂ ଜାତୀୟରାଜଥ କଡ଼ର ଦୁଇ ପାଖରୁ ଜବରଦଖଲ ଉଚ୍ଛେଦକୁ ଜୋରଦାର କରାଯାଇଛି। ତେବେ ଯେତିକି ଉଠା ଦୋକାନୀ ବ୍ୟବସାୟ କରୁଥିଲେ ସେମାନେ ସମସ୍ତଙ୍କୁ ଅଦ୍ୟାବଧି ଥଇଥାନ ପ୍ରକ୍ରିୟା ଚାଲିଛି। ଥଇଥାନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇ ନ ଥିବା ଆଉ କିଛି ବ୍ୟବସାୟୀ ଅମାନିଆ ଭଳି ରାଜପଥ କଡ଼ରେ ପନିପରିବା ବିକ୍ରିବଟା କରୁଥିବାବେଳେ ସେମାନଙ୍କୁ ମଧ୍ୟ୍ୟ ପଞ୍ଚାୟତ ଯୋଗାଇଦେଉଥିବା ତହସିଲ କାର୍ଯ୍ୟାଳୟ ସମ୍ମୁଖ ହାଟ ପିଣ୍ଡିକୁ ଯାଇ ବ୍ୟବସାୟ କରିବାକୁ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରୋଶନ ରଥଙ୍କୁ ବିଡ଼ିଓ ପ୍ରୀତିରଞ୍ଜନ ରଥ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ଆବେଦନ କରିଥିବା ଉଠା ଦୋକାନୀଙ୍କୁ ଥଇଥାନ ପାଇଁ ପ୍ରଶାସନ ଗୁରୁତ୍ୱ ଦେବା ସହ ପଦକ୍ଷେପ ନେଉଛି ବୋଲି ବିଡ଼ିଓ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri