ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ୍‌ ରାସ୍ତା ଜବରଦଖଲ: ଉଚ୍ଛେଦ ନ ହେଲେ…

ବରଗଡ଼,୨୪ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରମ ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ରୁ ଦାବି ଜୋର୍‌ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼ ଦାବି ପରେ ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲା। ମାତ୍ର ଉଚ୍ଛେଦ ପ୍ରକ୍ରିୟାରେ ପ୍ରଭାବିତ ଲୋକେ ନ୍ୟାୟାଳୟର ଦ୍ୱାରସ୍ଥ ହେବା ପରେ ସେ ନେଇ ବିଚାର ପ୍ରକ୍ରିୟାରେ ସମୟ ଗଡ଼ିଥିଲା। ଉଚ୍ଚ ନ୍ୟାୟାଳୟ ଥରେ ନୁହେଁ, ୩ଥର ଉଚ୍ଛେଦ ସପକ୍ଷରେ ରାୟ ପ୍ରଦାନ କରି ସାରିଛନ୍ତି। ଏହାସତ୍ତ୍ୱେ ସମ୍ପୃକ୍ତ ଜବରଦଖଲକୁ ପ୍ରଶାସନ ଏ ଯାଏ ହଟାଇ ନାହିଁ। ଏହାକୁ ନେଇ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ସୋମବାର ବରଗ ସମଲେଶ୍ବରୀ ସଂଘ ଏବଂ ନାଗରିକ ମଞ୍ଚ ନେତୃତ୍ୱରେ ବିଭିନ୍ନ ସଂଗଠନର ଶତାଧିକ ସଭ୍ୟ ଏକ ବିଶାଳ ଶୋଭାଯାତ୍ରାରେ ବରଗ ପୌର ପରିଷଦ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ବିକ୍ଷୋଭ ପ୍ରଦର୍ଶନ ସହିତ ଉଚ୍ଛେଦ ଦାବିରେ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ ପର୍ଯ୍ୟନ୍ତ ରାସ୍ତା ଜବରଦଖଲ ତୁରନ୍ତ ହଟା ନ ଗଲେ ପୌର ପରିଷଦକୁ ଅଚଳକରି ଦିଆଯିବ। ଏହା ସହିତ ଏହି ସ୍ଥାନରୁ ଜବରଦଖଲ ନ ହଟିବା ପର୍ଯ୍ୟନ୍ତ ସହରର ଅନ୍ୟ କୌଣସି ସ୍ଥାନକୁ ଉଚ୍ଛେଦ କରି ଦିଆଯିବ ନାହିଁ ବୋଲି ସ୍ମାରକପତ୍ରରେ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri