ଦିଗପହଣ୍ଡିରେ ଜବରଦଖଲ ଉଚ୍ଛେଦ: ଚାପା ଉତ୍ତେଜନା

ଦିଗପହଣ୍ଡି,୪।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ପ୍ରଶାସନ ପକ୍ଷରୁ ଗୁରୁବାର ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଛି। ମୁଖ୍ୟରାସ୍ତାର ଉଭୟ ପାର୍ଶ୍ୱରେ ଥିବା ଡ୍ରେନ ଓ ରାସ୍ତାକୁ କିଛି ବ୍ୟକ୍ତି ବହୁବର୍ଷ ହେଲା ଜବରଦଖଲ କରି ବାରଣ୍ଡା ଓ ଶିଡି ନିର୍ମାଣ କରିଥିଲେ। ପୂର୍ବରୁ ଏନେଇ ଏନଏସି ପ୍ରଶାସନ ପକ୍ଷରୁ ସେମାନଙ୍କୁ ନୋଟିସ ଦିଆଯାଇଥିଲା। ସହରର ବସଷ୍ଟାଣ୍ଡଠାରୁ ଆରମ୍ଭ କରି ପୁଞ୍ଜିକଂୟା ଛକର ଆସିକା,ଚିକିଟି ଏବଂ ପୋଡାମାରି ରାସ୍ତାର ଉଭୟ ପାର୍ଶ୍ୱର ଡ୍ରେନ ଉପରେ କିଛି ବ୍ୟବସାୟୀ ,ବାସିନ୍ଦା କଂକ୍ରିଟ ପକାଇ ଜବରଦଖଲ କରିଥିଲେ। ଯାହାଫଳରେ ରାସ୍ତା ସଂକୀର୍ଣ୍ଣ ହୋଇ ବିଭିନ୍ନ ସମୟରେ ଟ୍ରାଫିକ ସମସ୍ୟା ଉପୁଜୁଥିଲା। ଗୁରୁବାର ଦିଗପହଣ୍ଡି ଅତିରିକ୍ତ ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଆଶିଷ କୁମାର ନାୟକ,ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଭାରପ୍ରାପ୍ତ ଥାନା ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର, ଏନଫୋର୍ସମେଣ୍ଟ ସ୍କୁଆର୍ଡ଼ ଏବଂ ପୋଲିସ ଫୋର୍ସଙ୍କ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ ଆରମ୍ଭ କରାଯାଇଥିଲା। ଏନେଇ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ସେହିପରି ଅପରାହ୍ନ ରେ ଏନଏସି ପ୍ରଶାସନ ପକ୍ଷରୁ ସହରର ବସଷ୍ଟାଣ୍ଡ, ବଜାର ପ୍ରଭୃତି ମୁଖ୍ୟରାସ୍ତା ରେ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ଗୋରୁମାନଙ୍କୁ ଜବତ କରାଯାଇଥିବା ସୂଚନା ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri