ଦିଗପହଣ୍ଡିରେ ଜବରଦଖଲ ଉଚ୍ଛେଦ: ଚାପା ଉତ୍ତେଜନା

ଦିଗପହଣ୍ଡି,୪।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ପ୍ରଶାସନ ପକ୍ଷରୁ ଗୁରୁବାର ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଛି। ମୁଖ୍ୟରାସ୍ତାର ଉଭୟ ପାର୍ଶ୍ୱରେ ଥିବା ଡ୍ରେନ ଓ ରାସ୍ତାକୁ କିଛି ବ୍ୟକ୍ତି ବହୁବର୍ଷ ହେଲା ଜବରଦଖଲ କରି ବାରଣ୍ଡା ଓ ଶିଡି ନିର୍ମାଣ କରିଥିଲେ। ପୂର୍ବରୁ ଏନେଇ ଏନଏସି ପ୍ରଶାସନ ପକ୍ଷରୁ ସେମାନଙ୍କୁ ନୋଟିସ ଦିଆଯାଇଥିଲା। ସହରର ବସଷ୍ଟାଣ୍ଡଠାରୁ ଆରମ୍ଭ କରି ପୁଞ୍ଜିକଂୟା ଛକର ଆସିକା,ଚିକିଟି ଏବଂ ପୋଡାମାରି ରାସ୍ତାର ଉଭୟ ପାର୍ଶ୍ୱର ଡ୍ରେନ ଉପରେ କିଛି ବ୍ୟବସାୟୀ ,ବାସିନ୍ଦା କଂକ୍ରିଟ ପକାଇ ଜବରଦଖଲ କରିଥିଲେ। ଯାହାଫଳରେ ରାସ୍ତା ସଂକୀର୍ଣ୍ଣ ହୋଇ ବିଭିନ୍ନ ସମୟରେ ଟ୍ରାଫିକ ସମସ୍ୟା ଉପୁଜୁଥିଲା। ଗୁରୁବାର ଦିଗପହଣ୍ଡି ଅତିରିକ୍ତ ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଆଶିଷ କୁମାର ନାୟକ,ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଭାରପ୍ରାପ୍ତ ଥାନା ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର, ଏନଫୋର୍ସମେଣ୍ଟ ସ୍କୁଆର୍ଡ଼ ଏବଂ ପୋଲିସ ଫୋର୍ସଙ୍କ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ ଆରମ୍ଭ କରାଯାଇଥିଲା। ଏନେଇ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ସେହିପରି ଅପରାହ୍ନ ରେ ଏନଏସି ପ୍ରଶାସନ ପକ୍ଷରୁ ସହରର ବସଷ୍ଟାଣ୍ଡ, ବଜାର ପ୍ରଭୃତି ମୁଖ୍ୟରାସ୍ତା ରେ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ଗୋରୁମାନଙ୍କୁ ଜବତ କରାଯାଇଥିବା ସୂଚନା ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?