ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ମାପଚୁପରେ ସୀମିତ ରହିଯିବନି ତ ଉଚ୍ଛେଦ !

ବରଗଡ, ୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟାକୁ ପୁଣି ଆରମ୍ଭ କରିଛି। ଏହି କ୍ରମରେ ଗୁରୁବାର ପୌର ପ୍ରଶାସନ ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକଠାରୁ ରାସ୍ତା ମାପଚୁପ ଆରମ୍ଭ କରିଛି। ସ୍ଥାନୀୟ ରାଜସ୍ବ ନିରୀକ୍ଷକ ଏବଂ ଅନ୍ୟ ବିଭାଗୀୟ କର୍ମଚାରୀ ଉପସ୍ଥିତ ରହି ମାପଚୁପ କରୁଛନ୍ତି।

ସୂଚନା ମୁତାବକ ଗତ ୨୦୨୩ ମସିହାରୁ ଦାବି ଜୋର୍‌ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼ ଦାବି ପରେ ପ୍ରଶାସନ ସେତେବେଳେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲା। ମାତ୍ର ଉଚ୍ଛେଦ ପ୍ରକ୍ରିୟାରେ ପ୍ରଭାବିତ ଲୋକେ ନ୍ୟାୟାଳୟର ଦ୍ୱାରସ୍ଥ ହେବା ପରେ ସେ ନେଇ ବିଚାର ପ୍ରକ୍ରିୟାରେ ସମୟ ଗଡ଼ିଥିଲା। ମାତ୍ର ଉଚ୍ଚ ନ୍ୟାୟାଳୟ ଥରେ ନୁହେଁ, ୩ଥର ଉଚ୍ଛେଦ ସପକ୍ଷରେ ରାୟ ପ୍ରଦାନ କରି ସାରିଛନ୍ତି। ଏହାସତ୍ତ୍ୱେ ସମ୍ପୃକ୍ତ ଜବରଦଖଲକୁ ପ୍ରଶାସନ ଏ ଯାଏ ହଟାଇ ନାହିଁ। ଏହାକୁ ନେଇ ଅସନ୍ତୋଷ ବଢି ଚାଲିଥିବା ବେଳେ ଗତ ୨୨ତାରିଖ ସ୍ଥାନୀୟ ସମଲେଶ୍ବରୀ ସଂଘର ଆହ୍ବାନରେ ନାଗରିକ ବୈଠକ ହୋଇଥିଲା। ଏଥିରେ ଜିଲା ଓକିଲ ସଂଘ ସମେତ ବିଭିନ୍ନ ରାଜନୈତିକ ଏବଂ ସାମାଜିକ ଅନୁଷ୍ଠାନର ପ୍ରତିନିଧି ଏବଂ ସହରର ସଚେତନ ନାଗରିକମାନେ ଉପସ୍ଥିତ ଥିଲେ। ବୈଠକରେ ଉଚ୍ଛେଦ ନେଇ ଦୃଢ ଦାବି ହୋଇଥିବା ବେଳେ ସେଥିରେ ପ୍ରଶାସନିକ ଅପାରଗତାକୁ ନେଇ ଉଦବେଗ ପ୍ରକାଶ ପାଇବା ସହିତ ଆନ୍ଦୋଳନ ନିଷ୍ପତ୍ତି ହୋଇଥିଲା। ଏହି ପରିପ୍ରେକ୍ଷୀରେ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଏବଂ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଉଚ୍ଛେଦ କରା ନ ଗଲେ ଆନ୍ଦୋଳନ ପାଇଁ ସ୍ମାରକପତ୍ରରେ ଚେତାବନୀ ଦିଆଯାଇଛି। ତେବେ ଏଥର ଉଚ୍ଛେଦ ହେବ ନା ପୂର୍ବଭଳି କେବଳ ମାପଚୁପରେ ଉଚ୍ଛେଦ ସୀମିତ ରହିଯିବ, ସେଥିପ୍ରତି ସଭିଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri