ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ଅଭିଯାନ ଶିଥିଳ, ପୁଣି ତାତିଲେ ନାଗରିକ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଅଭିଯାନ ଶିଥିଳ ହୋଇପଡ଼ିଛି। ଏଥିରେ ବିଭାଗୀୟ ଅଧିକାରୀଙ୍କ ଭୂମିକାକୁ ନେଇ ସନ୍ଦେହ ପ୍ରକାଶ କରାଯାଇଛି। ବରଗଡ଼ ନାଗରିକ ମଞ୍ଚ ଏବଂ ସମଲେଶ୍ବରୀ ସଂଘ ନେତୃତ୍ୱରେ ସହରର ସଚେତନ ନାଗରିକ ଶୁକ୍ରବାର ବରଗଡ଼ ପୌର ପରିଷଦ କାର୍ଯ୍ୟାଳୟକୁ ଯାଇ ଉଚ୍ଛେଦ ଅଭିଯାନରେ ପ୍ରଶାସନିକ ଶିଥିଳତାର ପ୍ରତିବାଦ କରିଥିଲେ। ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବାନନ୍ଦ ସାହୁଙ୍କୁ ଘେରି ଉଚ୍ଛେଦ ଦାବିରେ ନାରାବାଜି କରି ବିଭିନ୍ନ ପ୍ରଶ୍ନ ପଚାରି ତାଙ୍କ ସ୍ପଷ୍ଟୀକରଣ ଲୋଡ଼ିଥିଲେ। ପ୍ରଥମ ପର୍ଯ୍ୟାୟରେ ୯ପ୍ଲଟରେ ଉଚ୍ଛେଦ ହୋଇଛି ଏବଂ ପରବର୍ତ୍ତୀ ସମୟରେ ପର୍ଯ୍ୟାୟ କ୍ରମେ ଜବରଦଖଲରେ ରହିଥିବା ବାକି ପ୍ଲଟରେ ଉଚ୍ଛେଦ କରାଯିବ। ଆସନ୍ତା ୧୦, ୧୧ ଏବଂ ୧୫ତାରିଖରେ ଏଭଳି ୩୦କେସ୍‌ର ଶୁଣାଣି ରହିଛି। ଶୁଣାଣି ପରେ ଉଚ୍ଛେଦ ଅଭିଯାନ ପୁଣି ଚାଲିବ। ସେହିପରି ଗତମାସ ୩୦ତାରିଖରେ ଯେଉଁ ୩ପ୍ଲଟ ବିଭିନ୍ନ କାରଣରୁ ଉଚ୍ଛେଦ ହୋଇ ପାରି ନ ଥିଲା, ସେଗୁଡ଼ିକର ମଧ୍ୟ ବିଚାର ହୋଇ ଉଚ୍ଛେଦ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ କହିଛନ୍ତି। ସେହିପରି ପୌର ପରିଷଦ କାର୍ଯ୍ୟାଳୟରୁ ଉଚ୍ଛେଦ ଦାବି ନେଇ ସମସ୍ତ ନାଗରିକ ବରଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସେମାନେ ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେଙ୍କଠାରେ ଦାବି କରିଥିଲେ। ଉଚ୍ଛେଦ ନେଇ ପ୍ରଶାସନିକ ସ୍ତରରେ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ଫଳରେ ପ୍ରଶାସନ ଉପରେ ଆସ୍ଥା ରଖିବା ପାଇଁ ଉପଜିଲାପାଳ ପାଣ୍ଡେ କହିଥିଲେ। ଅନ୍ୟପକ୍ଷରେ ଯେତେଦିନ ପର୍ଯ୍ୟନ୍ତ ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରା ବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନ ହୋଇଛି, ସେତେଦିନ ପର୍ଯ୍ୟନ୍ତ ସହରର ଅନ୍ୟ କୌଣସି ସ୍ଥାନରେ ଉଚ୍ଛେଦ କରି ଦିଆଯିବ ନାହିଁ ବୋଲି ନାଗରିକ ମଞ୍ଚ ପୌର ପ୍ରଶାସନକୁ ରୋକଠୋକ ଶୁଣାଇ ଦେଇଛି। ଏ଼ହା ସହିତ ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରା ବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ସହିତ ଏହି ରାସ୍ତାକୁ ପ୍ରଶସ୍ତୀକରଣ କରା ନ ଗଲେ ପୌର ପ୍ରଶାସନକୁ ଅଚଳ କରିଦେବା ସହିତ ବରଗଡ଼ ବନ୍ଦ ଡାକରା ଦିଆଯିବ ବୋଲି ଚେତାବନୀ ଦିଆଯାଇଛି। ସମଲେଶ୍ୱରୀ ସଂଘର ସଭାପତି ସମୀର ପ୍ରଧାନ, ସମ୍ପାଦକ ପ୍ରଶାନ୍ତ ମହାପାତ୍ର, ଜିଲା ଓକିଲ ସଂଘର ସଭାପତି ଭୀଷ୍ମଦେବ ସରାଫ, ଆଡଭୋକେଟ ଅନୁପ ଶତପଥୀ, ବରଗଡ଼ ନାଗରିକ ମଞ୍ଚର ଭବାନୀ ପ୍ରସାଦ ସାହୁ, କିଶୋର ସାହୁ, ଶିବାନନ୍ଦ ମଟାରୀ, ବୀରେନ୍ଦ୍ର ପ୍ରଧାନ, ମନୋହର ପ୍ରଧାନ, ଶୟନ ପଣ୍ଡା, ପ୍ରୀତମ ସିଂ ପ୍ରମୁଖ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ପ୍ରକାଶଥାଉ କି, ୨୦୨୩ରୁ ଏଠାରେ ଜବରଦଖଲ ଉଚ୍ଛେଦ ଦାବି ଜୋର୍‌ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼ ଦାବି ପରେ ପ୍ରଶାସନ ସେତେବେଳେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲା। ମାତ୍ର ଉଚ୍ଛେଦ ପ୍ରକ୍ରିୟାରେ ପ୍ରଭାବିତ ଲୋକେ ନ୍ୟାୟାଳୟର ଦ୍ୱାରସ୍ଥ ହେବା ପରେ ସେ ନେଇ ବିଚାର ପ୍ରକ୍ରିୟାରେ ସମୟ ଗଡ଼ିଥିଲା। ମାତ୍ର ଉଚ୍ଚ ନ୍ୟାୟାଳୟ ଥରେ ନୁହେଁ, ୩ଥର ଉଚ୍ଛେଦ ସପକ୍ଷରେ ରାୟ ପ୍ରଦାନ କରି ସାରିଛନ୍ତି। ଏହାସତ୍ତ୍ୱେ ସମ୍ପୃକ୍ତ ଜବରଦଖଲକୁ ପ୍ରଶାସନ ହଟାଇ ପାରି ନ ଥିବା ଯୋଗୁ ଅସନ୍ତୋଷ ତେଜି ଉଠିଥିଲା। ଏ ନେଇ ସମଲେଶ୍ବରୀ ସଂଘ ଜିଲାପାଳ ଏବଂ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଭେଟି ଚେତାବନୀ ଦେଇଥିଲା। ଏହାପରେ ଗତମାସ ୩୦ତାରିଖ ପୌର ପ୍ରଶାସନ ଉଚ୍ଛେଦ ଅଭିଯାନ ଆରମ୍ଭ କରିଥିଲା। ମାତ୍ର ଆଂଶିକ ଉଚ୍ଛେଦ କରି ଏହି ଅଭିଯାନ ଶିଥିଳ ପଡିଥିବା ଯୋଗୁ ସହରରେ ଚାପା ଅସନ୍ତୋଷ ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?