ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ କରାଯାଇଛି। ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୨ଟି ଜେସିବି ସହାୟତାରେ ରାଜପଥ କଡ଼ରେ ଥିବା ବେଆଇନ ଦୋକାନ ଓ ଅନ୍ୟାନ୍ୟ ଅସ୍ଥାୟୀ ନିର୍ମାଣକୁ ହଟାଇ ଦିଆଯାଇଛି।

ଉଚ୍ଛେଦ ପ୍ରକ୍ରିୟା ପୂର୍ବରୁ ପ୍ରଶାସନ ପକ୍ଷରୁ ରାଜପଥ କଡ଼ର ବ୍ୟବସାୟୀମାନଙ୍କୁ ପୂର୍ବରୁ ନୋଟିସ୍ ଓ ସୂଚନା ଦିଆଯାଇଥିଲା। ବୁଧବାର ମାଜିଷ୍ଟ୍ରେଟ୍‌ ଭାବେ ପାଟଣା ତହସିଲଦାର ଅଶ୍ୱିନୀ କୁମାର ନାଏକଙ୍କ ପ୍ରତ୍ୟକ୍ଷ ଉପସ୍ଥିତିରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ଏହି ଉଚ୍ଛେଦ ସମୟରେ ଅତିରିକ୍ତ ତହସିଲଦାର ଶରଣ ଜେନା, ଏନ୍‌ଏଚ୍‌ଏଆଇ (NHAI) ଯନ୍ତ୍ରୀ ଶୁଭାଶିଷ ସାହୁଙ୍କ ସମେତ ପୋଲିସ ଫୋର୍ସ ମୋତାୟନ ହୋଇଥିଲେ।

ଏନ୍‌ଏଚ୍‌ଏଆଇ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆଗାମୀ ଦିନରେ ମୟୂରଭଞ୍ଜ ଜିଲାର ସିଙ୍ଗିଡ଼ାରୁ ବିଞ୍ଜବାହାଳ ପର୍ଯ୍ୟନ୍ତ ପ୍ରାୟ ୧୦୪ କିଲୋମିଟର ଦୀର୍ଘ ଜାତୀୟ ରାଜପଥ କଡ଼ରେ ଥିବା ସମସ୍ତ ଜବରଦଖଲକୁ ମଧ୍ୟ ସମ୍ପୂର୍ଣ୍ଣ ସାଫ୍ କରାଯିବ।

ଅନ୍ୟପଟେ, ଦୀର୍ଘ ଦିନ ଧରି ରାଜପଥ କଡ଼ରେ ଦୋକାନ କରି ପରିବାର ପ୍ରତିପୋଷଣ କରୁଥିବା କ୍ଷୁଦ୍ର ବ୍ୟବସାୟୀମାନଙ୍କ ପାଇଁ ଏହି ଉଚ୍ଛେଦ ବଡ଼ ଚିନ୍ତାର କାରଣ ପାଲଟିଛି। ଦୋକାନ ଭଙ୍ଗାଯିବା ପରେ ଜୀବିକା ହରାଇଥିବା ବ୍ୟବସାୟୀମାନେ ନିଜର ପରିବାର ଚଳାଇବା ନେଇ ଆଶଙ୍କା ପ୍ରକାଶ କରିବା ସହ ତୁରନ୍ତ ବିକଳ୍ପ ଥଇଥାନ ପାଇଁ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏହି ମାମଲାରେ ପାଟଣା ତହସିଲଦାର ଅଶ୍ୱିନୀ କୁମାର ନାଏକ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, କ୍ଷତିଗ୍ରସ୍ତ ବ୍ୟବସାୟୀମାନଙ୍କ ପାଇଁ ପ୍ରଶାସନ ପକ୍ଷରୁ ବିକଳ୍ପ ବ୍ୟବସ୍ଥା କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ

ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ଭବାନୀପାଟଣା-ତାସିଗୁଡ଼ା ଓଏସଆରଟିସି ବସ୍ ବନ୍ଦ: ଲାଭଜନକ ରୁଟ୍‌ରେ ସେବା ଠପ୍, ଆସନ୍ତା ଶନିବାର ସୁଦ୍ଧା…

ଥୁଆମୂଳ ରାମପୁର, ୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ଓ ଗୁଣପୁର ଦେଇ ତାସିଗୁଡ଼ା ପର୍ଯ୍ୟନ୍ତ ଚାଲୁଥିବା ସରକାରୀ (ଓଏସଆରଟିସି)…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri