କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର ୧ ଓ ୨ ନମ୍ବର ୱାର୍ଡରେ ରାସ୍ତା ଉଭୟ ପାର୍ଶ୍ୱରେ ଜବରଦଖଲ ଯୋଗୁ ସଙ୍କୁଚିତ ହୋଇଯାଇଥିବାରୁ ଯାନବାହନ ଚଳାଚଳରେ ଘୋର ସମସ୍ୟା ଦେଖାଦେଉଥିଲା। ଏହାକୁ ଦୂର କରିବା ପାଇଁ ମଙ୍ଗଳବାରଠାରୁ ହେଭି ବୁଲଡୋଜର ସହାୟତାରେ ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି।

ଏହି ଅଭିଯାନର ବିଶେଷତ୍ୱ ହେଉଛି, ମାନବିକତା ଏବଂ ଆଇନ ପ୍ରତି ସମ୍ମାନ ପ୍ରଦର୍ଶନ କରି କେସିଙ୍ଗା ଏନ୍‌ଏସିର ନଗରପାଳ ନୃପରାଜ ଯାଦବ ପ୍ରଥମେ ନିଜ ଘରର ଜବରଦଖଲ ଅଂଶ ଭାଙ୍ଗି ଉଦାହରଣ ସୃଷ୍ଟି କରିଥିଲେ। ତାଙ୍କ ସହ ପ୍ରେମ ବନଛୋର ମଧ୍ୟ ସ୍ୱଇଚ୍ଛାରେ ନିଜ ଘରର ଜବରଦଖଲ ଅଂଶ ଉଚ୍ଛେଦ କରିଥିଲେ।

ଏନ୍‌ଏସି ପକ୍ଷରୁ ପ୍ରାୟ ୮୦ ଜଣଙ୍କୁ ନୋଟିସ ଜାରି କରାଯାଇଥିଲା। ନଗରପାଳ ନୃପରାଜ ଯାଦବଙ୍କ ପ୍ରତ୍ୟକ୍ଷ ଉଦ୍ୟମରେ ଏବଂ ତହସିଲଦାରଙ୍କ ନିର୍ଦ୍ଦେଶକ୍ରମେ ବର୍ଷକେ ପୂର୍ବରୁ ଡିମାର୍କେସନ ଓ ରାସ୍ତା ଚିହ୍ନଟ ପ୍ରକ୍ରିୟା ସମ୍ପନ୍ନ ହୋଇଥିଲା। ଦୀର୍ଘ ଦିନ ଧରି ୮୦ଟି ପରିବାର ମଧ୍ୟରୁ କେହି ମଧ୍ୟ ଘର ଭାଙ୍ଗିବାକୁ ଆଗେଇ ଆସି ନ ଥିଲେ। କିନ୍ତୁ ନଗରପାଳଙ୍କ ଉଦାହରଣ ପରେ ନୋଟିସ ପାଇଥିବା ଅନେକ ପରିବାର ସ୍ୱଇଚ୍ଛାରେ ଜବରଦଖଲ ଉଚ୍ଛେଦ କରିଥିଲେ।

ମଙ୍ଗଳବାର ଆରମ୍ଭ ହୋଇଥିବା ଏହି ଅଭିଯାନରେ ନଗରପାଳ ନୃପରାଜ ଯାଦବ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ, ନିର୍ବାହୀ ଯନ୍ତ୍ରୀ ନାରାୟଣ ମହାରଣାଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ। ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କେସିଙ୍ଗା ଅତିରିକ୍ତ ତହସିଲଦାର ବିବେକାନନ୍ଦ ସାମଲ ମାଜିଷ୍ଟ୍ରେଟ୍‌ ଭାବେ ଉପସ୍ଥିତ ଥିବାବେଳେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ କରାଯାଇଥିଲା।

ଜବରଦଖଲ ଉଚ୍ଛେଦ ପରେ ୱାର୍ଡବାସୀ ନଗରପାଳଙ୍କ ପଦକ୍ଷେପକୁ ପ୍ରଶଂସା କରିଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ ଖୁଣ୍ଟ ସ୍ଥାନାନ୍ତର, ପକ୍କା ରାସ୍ତା ନିର୍ମାଣ ଏବଂ ଡ୍ରେନେଜ୍ ବ୍ୟବସ୍ଥା ସୁଧାରିବା ପାଇଁ ଏନ୍‌ଏସି ନିକଟରେ ଦାବି ଉଠାଇଥିଲେ।

ଏ ସମ୍ପର୍କରେ ନଗରପାଳ ନୃପରାଜ ଯାଦବ କହିଛନ୍ତି, “ଆଇନକୁ ସମ୍ମାନ ଜଣାଇ ମୁଁ ପ୍ରଥମେ ନିଜ ଘରର ଜବରଦଖଲ ଅଂଶ ଭାଙ୍ଗିଛି। ୱାର୍ଡ ୧ ଓ ୨ରେ ଡ୍ରେନ, ବିଦ୍ୟୁତ ଖୁଣ୍ଟ ସ୍ଥାନାନ୍ତର ଏବଂ ରାସ୍ତା ନିର୍ମାଣ ଭଳି ସମସ୍ୟାର ଶୀଘ୍ର ସମାଧାନ କରାଯିବ।”

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର ଏକ…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

୫ ରାଶିଙ୍କ ଉପରେ ଧନବର୍ଷା କରିବେ ଶନି! ଅକ୍ଟୋବର ପ୍ରଥମ ସସ୍ତାହରୁ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନି ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିପାରେ। ଏହି ପରିବର୍ତ୍ତନ ଯୋଗୁ ବୃଷ, ସିଂହ, ତୁଳା, ମକର…

ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ

ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍‌ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

‘ବୈଭବଙ୍କ ପାଇଁ ମୋ ନିଦ ହଜିଯାଇଥିଲା’, ଏମିତି କାହିଁକି କହିଲେ ଗମ୍ଭୀର? ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଏକ ବଡ଼ ଖୁଲାସା କରିଛନ୍ତି। ସଞ୍ଜୁ ସାମସନଙ୍କୁ ଟି-୨୦ ଦଳରୁ ବାଦ ଦେବା ତାଙ୍କ ଏପର୍ଯ୍ୟନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?