ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର ତଥା ସମାଜସେବୀ ଅନିରୁଦ୍ଧ ନାଏକ (୭୪)ଙ୍କର ସୋମବାର ରାତି ପ୍ରାୟ ୮:୪୦ ମିନିଟରେ ପରଲୋକ ହୋଇଯାଇଛି। ସେ ଦୀର୍ଘ ୧ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ପକ୍ଷାଘାତ ଜନିତ ରୋଗରେ ଆକ୍ରାନ୍ତ ହୋଇ ଶଯ୍ୟାଶାୟୀ ଥିଲେ। ମୃତ୍ୟୁ ସମୟରେ ତାଙ୍କ ପରିବାରବର୍ଗ ଓ ଆତ୍ମୀୟସ୍ୱଜନ ଉପସ୍ଥିତ ଥିଲେ। ତାଙ୍କ ନିଧନ ଖବର ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ ଗଭୀର ଶୋକର ଛାୟା ଖେଳିଯାଇଛି।

ସ୍ୱର୍ଗତ ନାଏକ କେବଳ ଜଣେ ପୂଜକ ନଥିଲେ, ବରଂ ଜଣେ ସମର୍ପିତ ସମାଜସେବୀ ଓ ସଂସ୍କୃତିପ୍ରେମୀ ଭାବେ ବେଶ୍ ଆଦରଣୀୟ ଥିଲେ। ସେ ୨୦୦୦ ମସିହାରେ ଆରମ୍ଭ ହୋଇଥିବା ‘ନବଜୀବନ ଯୁବ ଅନୁଷ୍ଠାନ’ର ପ୍ରତିଷ୍ଠାତା ଥିଲେ ଏବଂ ୨୦୦୨ ମସିହାରେ ଅନୁଷ୍ଠାନର ପଞ୍ଜୀକରଣ ପରେ ପ୍ରଥମ ଉପସଭାପତି ଭାବେ ସଫଳତାର ସହ ଦାୟିତ୍ୱ ତୁଲାଇଥିଲେ। ମା’ ମାଣିକେଶ୍ୱରୀଙ୍କ ଅନନ୍ୟ ଭକ୍ତ ଭାବେ ସେ ପ୍ରସିଦ୍ଧ ଜେନାମରା ବା ଛତର ଯାତ୍ରା ସମୟରେ ମନ୍ଦିରର ଡୋକରୀ ଦେବୀଙ୍କ ନିଶାନ ବାହକ ଭାବେ ଜେନଖଳକୁ ନିଶାନ ବୋହି ନେବାର ପରମ୍ପରା ନିଷ୍ଠାର ସହ ପାଳନ କରୁଥିଲେ।

ତାଲବନ୍ଧ ପଡ଼ାରେ ଆୟୋଜିତ ମା’ ମହାକାଳୀ ଦେବୀ ଓ ବାବା ଅଗ୍ନି ଭୈରବ ଦେବଙ୍କ ଝାମୁଯାତ୍ରା (ଭୈରବ ବା ବେଙ୍ଗୁଲି ଦେବୀ ଯାତ୍ରା) ଅବସରରେ ସେ ଦୀର୍ଘ ୨୫ ବର୍ଷରୁ ଉର୍ଦ୍ଧ୍ୱ କାଳ ଭୈରବ କାଳିସୀ ଭାବେ କାଳିସୀ ଖେଳି ଅଗ୍ନି ପରୀକ୍ଷା ଦେଇ ଆସୁଥିଲେ। ଏତଦ୍‌ବ୍ୟତୀତ, ନିଜର ହାସ୍ୟରସାତ୍ମକ କଳା ମାଧ୍ୟମରେ ସେ ଲୋକଙ୍କୁ ଆନନ୍ଦିତ କରୁଥିଲେ।

ସୋକାକୁଳ ପରିବେଶରେ ଶେଷକୃତ୍ୟ ସମ୍ପନ୍ନ ମଙ୍ଗଳବାର ସକାଳେ ତାଙ୍କ ବାସଭବନରେ ବହୁ ବିଶିଷ୍ଟ ବ୍ୟକ୍ତି, ରାଜନେତା, ଶ୍ରଦ୍ଧାଳୁ, ସମାଜସେବୀ ଓ ଗ୍ରାମବାସୀ ପହଞ୍ଚି ଶେଷ ଦର୍ଶନ କରିବା ସହ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପରେ ଏକ ଶୋକାକୁଳ ପରିବେଶରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ତାଙ୍କ ବିୟୋଗରେ ଅଞ୍ଚଳବାସୀ ଜଣେ ସଚ୍ଚୋଟ, ନମ୍ର, ଧର୍ମପରାୟଣ ଓ ସମାଜସେବୀଙ୍କୁ ହରାଇଲେ ବୋଲି ଶୋକପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?