ପ୍ରାର୍ଥୀଙ୍କ ପ୍ରଚାର ଶେଷ: ବୁଥ୍‌ ଅଭିମୁଖେ ପୋଲିଂ ଅଧିକାରୀ

କୋରାପୁଟ,୧୧ା୫(ଅମିତାଭ ବେହେରା): ଆସନ୍ତା ୧୩ ତାରିଖରେ ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଶନିବାର ଅପରାହ୍ନରେ ନିର୍ବାଚନ ନେଇ ସମସ୍ତ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଥିବା ବେଳେ ଅନ୍ୟପକ୍ଷେ ନିର୍ବାଚନ ନେଇ ଜିଲାର ରହିଥିବା ମୋଟ୍‌ ୧୧୫୯ ବୁଥ୍‌ ନିମନ୍ତେ ପୋଲିଂ ଅଧିକାରୀ ସମସ୍ତ ପୋଲିଂ ସାମଗ୍ରୀ ନେଇ ଗାଡ଼ିରେ ଯାତ୍ରା କରିଛନ୍ତି। କୋରାପୁଟ ଲୋକ ସଭା କ୍ଷେତ୍ରରେ ରହିଥିବା ସମସ୍ତ ବିଧାନସଭା କ୍ଷେତ୍ରରେ ନିର୍ବାଚନ ଅନୁଷ୍ଠିତ ହେବ। ତେଣୁ ଶନିବାର ଲାଣ୍ଡିଗୁଡ଼ାସ୍ଥିତ କୋରାପୁଟ ସରକାରୀ ମହାବିଦ୍ୟାଳୟଠାରେ କୋରାପୁଟ ଉପଖଣ୍ଡର କୋରାପୁଟର ୨୧୫ ବୁଥ୍‌, ଲକ୍ଷ୍ମୀପୁର ୨୨୫ଟି ଓ ପଟ୍ଟାଙ୍ଗି ନିର୍ବାଚନର ମଣ୍ଡଳୀର ୨୩୮ଟି ବୁଥ୍‌ରେ ନିୟୋଜିତ ପୋଲିଂ ଅଧିକାରୀମାନଙ୍କୁ ନିର୍ବାଚନ ସମ୍ବନ୍ଧୀୟ ସମସ୍ତ କିଟ୍‌ ପ୍ରଦାନ କରାଯାଇଥିଲା। କୋରାପୁଟ ଜିଲାପାଳ କୀର୍ତ୍ତି ଭାସନ ଉପସ୍ଥିତ ରହି ଏହି କାର୍ଯ୍ୟ ତଦାରଖ କରୁଥିବା ଲକ୍ଷ୍ୟ ରଖାଯାଇଥିଲା। ଏଥି ନିମନ୍ତେ ଜିଲା ପ୍ରଶାସନ ସମସ୍ତ ବ୍ୟବସ୍ଥା କରିଥିବାରୁ ନିର୍ଦ୍ଧାରିତ ସମୟରେ ପୋଲିଂ ଅଫିସରମାନେ କିଟ୍‌ ଧରି ନିଜ ନିଜ ବୁଥ୍‌ ଅଭିମୁଖେ ଯାତ୍ରା କରିଥିବା ଜଣାପଡ଼ିଛି।

ରବିବାର ଜୟପୁର ନିର୍ବାଚନ ମଣ୍ଡଳୀର ସମସ୍ତ ବୁଥ୍‌ ସମେତ ଜିଲାରେ ହୋଇଥିବା ସମସ୍ତ ୧୧୭ ବୁଥ୍‌ର ପୋଲିଂ ଅଫିସର ନିଜ ନିଜ ବୁଥ୍‌କୁ କିଟ୍‌ ଧରି ଯିବେ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ସେହିପରି ଜିଲାର ସୀମାନ୍ତ କୋଟିଆ ପଞ୍ଚାୟତର ୯ଟି ବୁଥ୍‌ କରାଯାଇଥିବା ବେଳେ ସେଠାରେ ମତଦାନ ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଥିବା ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri