ଅବଧି ଶେଷ, ହେଲାନି ରାସ୍ତା କାମ

ଡେରାବିଶ, ୨୩ା୯(ସ୍ବ.ପ୍ର.): ଡେରାବିଶ ବ୍ଲକ ଅଧୀନ କଟକ-ଚାନ୍ଦବାଲି ରାସ୍ତାର ଅନୁଆପଡ଼ା ଛକଠାରୁ ମୁକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଗିରିଗୋଲା ଯାଏ ରାସ୍ତାଟି ବ୍ଲକ ଅଞ୍ଚଳର ଅନ୍ୟତମ ମୁଖ୍ୟ ରାସ୍ତା। ୭ କି.ମି.ରୁ ଊର୍ଦ୍ଧ୍ୱ ଏହି ରାସ୍ତା ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ଦୀର୍ଘବର୍ଷର ଦାବି ଫଳରେ ୨୦୨୧ ଡିସେମ୍ବର ୨୧ରେ ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲଙ୍କ ଦ୍ୱାରା ଏହାର ଶିଳାନ୍ୟାସ କରାଯାଇଥିଲା। କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୨କୋଟି ୩୯ ଲକ୍ଷ ୧୬ ହଜାର ଟଙ୍କା ବ୍ୟୟରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ୭.୨୭୧ କି.ମି. ଲମ୍ବର ଏହି ରାସ୍ତା କାର୍ଯ୍ୟ ପାଇଁ ଜଣେ ଠିକାଦାରଙ୍କୁ ନିର୍ମାଣ ପାଇଁ କାର୍ଯ୍ୟାଦେଶ ଦିଆଯାଇଥିଲା। ଏହି କାର୍ଯ୍ୟ ଗିରିଗୋଲାଠାରୁ ଦାନପୁର ଯାଏ ରାସ୍ତାର ପ୍ରଶସ୍ତିକରଣ କରିବା ଉଦ୍ଦେଶ୍ୟରେ ପାର୍ଶ୍ୱରେ ଥିବା ଶତାଧିକ ସଂଖ୍ୟାରେ ମୂଲ୍ୟବାନ ଗଛକୁ ଠିକାଦାର ଜଣକ କାଟି ସଫା କରି ଦେଇଥିଲେ। ତେବେ ରାସ୍ତା ନିର୍ମାଣ ନ ହୋଇ କେବଳ ଗଛକଟାରେ ରାସ୍ତା କାର୍ଯ୍ୟ ବନ୍ଦ ହୋଇ ରହିଛି। ଠିକାଦାରଙ୍କ ଚୁକ୍ତି ଅନୁସାରେ, ରାସ୍ତା ନିର୍ମାଣର ଅବଧି ୨୦୨୨ ଅଗଷ୍ଟ ୧୦ରେ ଶେଷ ହୋଇଥିଲେ ମଧ୍ୟ ଅଧାପାନ୍ତରିଆ ଅବସ୍ଥାରେ ଏହି ରାସ୍ତାଟି ପଡ଼ିରହିଛି। ଏହି ରାସ୍ତା ପାଇଁ ବ୍ୟୟ ବରାଦ ହୋଇଥିବା ଟଙ୍କା ଅନ୍ୟତ୍ର ଖର୍ଚ୍ଚ ହେଉଥିବା ନେଇ ସାଧାରଣରେ ଚର୍ଚ୍ଚା ଯୋର ଧରିଛି ବୋଲି ଭାଜପା ନେତା ବିଭୁଦେନ୍ଦୁ ପଣ୍ଡା କହିଛନ୍ତି। କେନ୍ଦ୍ରାପଡ଼ା ନିର୍ବାହୀ ଯନ୍ତ୍ରୀଙ୍କ ବେପରୁଆ ମନୋଭାବ ପାଇଁ ଏହି ରାସ୍ତା ଉପରେ ନିର୍ଭରଶୀଳ ଥିବା ବ୍ଲକ ଅଧୀନ ୩ ଟି ପଞ୍ଚାୟତ ସମେତ ଏହି ରାସ୍ତା ଦେଇ ଗରଦପୁର ବ୍ଲକ ଓ କଟକ ଜିଲାର ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳକୁ ଯାତାୟାତ କରୁଥିବା ଲୋକମାନେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ଅବଧି ସରିଥିଲେ ମଧ୍ୟ ରାସ୍ତା ନିର୍ମାଣ କାର୍ଯ୍ୟ କ’ଣ ପାଇଁ ବନ୍ଦ ରହିଛି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସମ୍ପର୍କରେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ଶାନ୍ତନୁ ନାୟକଙ୍କୁ ପଚାରିବାରେ, ଏହି କାର୍ଯ୍ୟ କ’ଣ ପାଇଁ ବନ୍ଦ ରହିଛି ତାହା ଅନୁଧ୍ୟାନ ପରେ ଜଣାପଡିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri