Posted inଖେଳ

ଗୁଜବର ଅନ୍ତ, କୋହଲି-ରୋହିତଙ୍କ ଅବସରକୁ ନେଇ BCCI ଦେଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ,୨୩।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୫ ସମୟରେ, ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏବଂ ରୋହିତ ଶର୍ମା ଟେଷ୍ଟ କ୍ରିକେଟରୁ ଅବସର ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଏବେ ଏହି ଉଭୟ ଖେଳାଳିଙ୍କ ଦିନିକିଆରୁ ମଧ୍ୟ ଅବସର ନେବା ଚର୍ଚ୍ଚା ହେଉଛି, କିନ୍ତୁ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏ ବିଷୟରେ ନିଜର ନୀରବତା ଭାଙ୍ଗିଛି। ବୋର୍ଡ ଉପାଧ୍ୟକ୍ଷ ରାଜୀବ ଶୁକ୍ଲା କହିଛନ୍ତି, ବିରାଟ କୋହଲି ଏବଂ ରୋହିତ ଶର୍ମା ଏବେ ଅବସର ନେବେ ନାହିଁ। ସେ ଏବେ ଟିମ ଇଣ୍ଡିଆ ପାଇଁ ଖେଳିବେ।
UP T20 ଲିଗ ସମୟରେ ଏକ ଟକ ଶୋ’ରେ, BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଦିନିକିଆ କ୍ରିକେଟରୁ ଅବସର ନେଇ ଆଲୋଚନାକୁ ଖାରଜ କରି କହିଥିଲେ, ଉଭୟ ଦିନିକିଆରେ ଖେଳିବେ।
ଲୋକମାନେ ଉଭୟ ଖେଳାଳିଙ୍କ ବିଷୟରେ ଏତେ ଚିନ୍ତିତ କାହିଁକି ବୋଲି ସେ ପ୍ରଶ୍ନ କରିଥିଲେ। BCCI କେବେ କୌଣସି ଖେଳାଳିଙ୍କୁ ଅବସର ନେବାକୁ କୁହେ ନାହିଁ। ଏହି ନିଷ୍ପତ୍ତି ସେମାନଙ୍କୁ ନେବାକୁ ପଡିବ ବୋଳି ରାଜୀବ କହିଛନ୍ତି।

ରାଜୀବ ଶୁକ୍ଳା ଆହୁରି ମଧ୍ୟ କହିଛନ୍ତି, ଟିମ ଇଣ୍ଡିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏବେ ବି ସବୁଠାରୁ ଫିଟ ଖେଳାଳିଙ୍କ ମଧ୍ୟରୁ ଜଣେ ଏବଂ ରୋହିତ ଶର୍ମା ଜଣେ ଚମତ୍କାର ଦିନିକିଆ ଖେଳାଳି। ଏହି ଦୁଇ ଖେଳାଳିଙ୍କ ଅବସର ବିଷୟରେ ଚିନ୍ତା କରନ୍ତୁ ନାହିଁ। ଯେତେବେଳେ ସେହି ସମୟ ଆସିବ, ସେ ନେବେ।

ବିରାଟ କୋହଲି ଏବଂ ରୋହିତ ଶର୍ମା ୧୯ ରୁ ୨୫ ଅକ୍ଟୋବର ପର୍ଯ୍ୟନ୍ତ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ସିରିଜରେ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri