ଅବଧି ଶେଷ: ସରୁନି ପ୍ରକଳ୍ପ କାର୍ଯ୍ୟ

ନାଉଗାଁ,୧୯ା୬(ସୁଧା ବେଉରା): ଗ୍ରାମାଞ୍ଚଳର ସବୁ ଗୃହକୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା କରାଯାଇଛି। ପ୍ରକଳ୍ପ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରାଯାଉଛି। ବିଭାଗୀୟ ଅଧିକାରୀଙ୍କ ଠିକ୍‌ ତଦାରଖ ଅଭାବରୁ ଦାୟିତ୍ୱରେ ଥିବା ଠିକାଦାରମାନେ ମନଇଚ୍ଛା କାର୍ଯ୍ୟ କରୁଛନ୍ତି। କାର୍ଯ୍ୟର ଅବଧି ଶେଷ ହୋଇଥିଲେ ମଧ୍ୟ ପ୍ରକଳ୍ପ କାର୍ଯ୍ୟ ଶେଷ ହେଉନାହିଁ। ଏଭଳି କାର୍ଯ୍ୟ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ, ଜଗତ୍‌ସିଂହପୁର ବିଭାଜନ ଅଧୀନ ନାଉଗଁା ପଞ୍ଚାୟତରେ ଦେଖିବାକୁ ମିଳିଛି। ଏହି ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଚାଲିଛି।
ଆର୍‌ଟିଆଇରୁ ମିଳିଥିବା ତଥ୍ୟ ଅନୁସାରେ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏହି ପଞ୍ଚାୟତକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଏ ସବୁ ଜୋନ୍‌ରେ ୪ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ବାବଦକୁ ୪୦୬.୩୨ ଲକ୍ଷ ଟଙ୍କା ମଞ୍ଜୁର କରାଯାଇ ଟେଣ୍ଡର କରାଯାଇଛି। ଏହାପରେ ବିଭାଗ ପକ୍ଷରୁ ଏହି ୪ ପ୍ରକଳ୍ପର ନିର୍ମାଣ ଦାୟିତ୍ୱ ଠିକାଦାରଙ୍କୁ ପ୍ରଦାନ କରାଯାଇଛି। ନିର୍ମାଣ କାର୍ଯ୍ୟର ତଦାରଖ ଦାୟିତ୍ୱ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ, ଜଗତ୍‌ସିଂହପୁର ବିଭାଜନକୁ ପ୍ରଦାନ କରାଯାଇ ଠିକାଦାରଙ୍କ ସହ ଚୁକ୍ତିପତ୍ର କରାଯାଇଛି। ଏହି ଚୁକ୍ତିପତ୍ର ଅନୁଯାୟୀ, ନିର୍ମାଣ କାର୍ଯ୍ୟ ୨୦୨୨ ମେ’ ୨୧ ରୁ ଆରମ୍ଭ କରାଯାଇ ୨୦୨୩ ମେ’ ୨୦ ଭିତରେ ଶେଷ କରାଯିବା ପାଇଁ ଦର୍ଶାଯାଇଛି। କିନ୍ତୁ କାର୍ଯ୍ୟର ଅବଧି ଇତିମଧ୍ୟରେ ଶେଷ ହୋଇଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇନାହିଁ। ଗ୍ରୀଷ୍ମପ୍ରବାହ କମୁ ନ ଥିବା ବେଳେ ପାନୀୟ ଜଳ ଲାଗି ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ରଶ୍ମିରଞ୍ଜନ ଦାସଙ୍କୁ ପଚାରିବାରେ ଠିକାଦାରଙ୍କ ପକ୍ଷରୁ ସମୟ ସମ୍ପ୍ରସାରଣ ପାଇଁ ଆବେଦନ କରାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri