ଶେଷହେଲା କଂସ ଦରବାର

ମାଧପୁର,୧୮।୧୦: ଆଠମଲ୍ଲିକ ବ୍ଲକ ମାଧପୁରଠାରେ ଚାଲିଥିବା ଚୌରାଶି ମହାଲକ୍ଷ୍ମୀ ପୂଜା ଅବସରରେ ମହାରାଜ କଂସଙ୍କ ଦରବାର କାର୍ଯ୍ୟକ୍ରମ ରବିବାର ଶେଷ ହୋଇଛି। ଏହି ଅବସରରେ ଷଷ୍ଠ ଦିନରେ ଦରବାରରେ ରାଜ ଅତିଥି ଭାବେ ଅବସରପ୍ରାପ୍ତ ହାଇସ୍କୁଲ ପ୍ରଧାନ ଶିକ୍ଷକ ପୀତାମ୍ବର ବିଶ୍ବାଳ, ଅନ୍ୟତମ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦେବରାଜ ନାୟକ, ଅବସରପ୍ରାପ୍ତ ଶିକ୍ଷକ ଦେବେନ୍ଦ୍ର ପ୍ରଧାନ, ଓଡ଼ିଶା ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲୀ ଯୋଗଦେଇଥିଲେ। ସେହିପରି ଶନିବାର ସପ୍ତମ ଦିନରେ ଦରବାରରେ ଅତିଥି ଭାବେ କୁଦଗାଁ ସରପଞ୍ଚ ସିଦ୍ଧାର୍ଥ ଶଙ୍କର କ୍ଷେତି, କମ୍ପଲା ସରପଞ୍ଚ ସୁଧୀର ସେଠୀ, ଟୁସର ସରପଞ୍ଚ ଅଶୋକ ପ୍ରଧାନ ଏବଂ ସାମାଜିକ କର୍ମୀ ଅର୍ଜୁନ ସାହୁ ଯୋଗଦେଇ ମହାରାଜ କଂସଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ। ସେହିପରି ରବିବାର ଅନ୍ତିମ ଦିନରେ କୃଷ୍ଣ ଓ ବଳରାମ ନଗର ପରିକ୍ରମା କରିବା ପରେ ମହାରାଜ କଂସଙ୍କ ଦରବାର ବସିଥିଲା। ରାଜଅତିଥି ଭାବେ ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ, ରେଙ୍ଗାଲି ବିଧାୟକ ନାଉରୀ ନାଏକ, ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ, ଅନୁଗୋଳ ଜିଲା ଭାଜପା ସଭାପତି ଡିଲେଶ୍ୱର ପ୍ରଧାନ ଯୋଗଦେଇ କଂସଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ। ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଦ୍ୱାରା କଂସ ବଧ ପରେ କାର୍ଯ୍ୟକ୍ରମ ଶେଷ ହୋଇଥିଲା। ନିତ୍ୟାନନ୍ଦ ଗଇଗରିଆ ସଂଯୋଜନା କରିଥିଲେ। ପୂଜା କମିଟିର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri