ସରିଲା ୧୩ ଦିନିଆ ଦଣ୍ଡଯାତ୍ରା

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଶନିବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ ମା’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ହୋଇଥିବା ବେଳେ ବାଟାଗୁଡ଼ା, ବାରଖମା, ମୋହନଗିରି, କତେରୀଭଟ୍ଟା, ରେବିଙ୍ଗିଆ, ଡାକା, ବାଲିଗାଡା, ଦାଉଙ୍ଗିଆ, ଓ କିଲୁପଡ଼ା ଭଳି ବିଭିନ୍ନ ଅଞ୍ଚଳର ପ୍ରତ୍ୟେକ କାଳୀ ମନ୍ଦିରରେ ହଜାର ହଜାର ମାନସିକଧାରୀଙ୍କ ଉପସ୍ଥିତିରେ ଏହି ମେରୁଯାତ୍ରା ଅନୁଷ୍ଠିତ ହୋଇଥିଲା। ଧୂଳିଦଣ୍ଡ ସମାପ୍ତ ପରେ ଜଳଘାଟରେ କାଳୀଙ୍କ ପୂଜା ହୋଇଥିଲା। ଭୁକ୍ତା ଓ ଗୁହାରିଆମାନଙ୍କର ମାନସିକ ପୂରଣ ହୋଇଥିବାରୁ ସେମାନେ ମା’ଙ୍କୁ ଦାନ ଦେଇଥିଲେ। ମାନସିକଧାରୀମାନେ ନିଜର ମାନସିକ ପୂରଣ କରିବା ପାଇଁ ଜଳ ଲାଗି କରିବା ପରେ ପୂଜା କାର୍ଯ୍ୟ ସମାପ୍ତ ହୋଇଥିଲା। ଏହା ପରେ ମେରୁ ଯଜ୍ଞସ୍ଥଳରେ ଦଣ୍ଡଯାତ୍ରାର ପୂଜକଙ୍କୁ ମେରୁ ଖୁଣ୍ଟରେ ଝୁଲେଇ ଦେଇ ଯଥାରୀତି ସହକାରେ ପୂଜାର୍ଚ୍ଚନା କରାଯାଇଥିଲା । ଶେଷରେ ମନ୍ଦିର କମିଟି ଆନୁକୂଲ୍ୟରେ ଭୋଗ ଏବଂ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ମନ୍ଦିର ପରିସରରେ ପ୍ରବଳ ଗହଳିକୁ ଦୃଷ୍ଟିରେ ରଖି ମନ୍ଦିର ପରିଚାଳନା କମିଟି ଓ ସ୍ଥାନୀୟ ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା l

 


Enter your email to get our daily news in your inbox.

All Right Reserved By Dharitri.Com

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଧରିତ୍ରୀର ପ୍ରଭାବ: ପିଲାସାଲୁଙ୍କି କେନାଲରେ ଛଡ଼ାଯିବ ପାଣି

ଖଜୁରୀପଡ଼ା,୩।୮(ବିଦୁର ବେହେରା): ପିଲାସାଲୁଙ୍କି ଡ୍ୟାମ କେନାଲ ପାଣିକୁ ନେଇ ଚାଷୀଙ୍କ ଅସନ୍ତୋଷ ଏବଂ ସମସ୍ୟା ସମ୍ପର୍କରେ ଗତ ଜୁଲାଇ ୩୧ ତାରିଖରେ ’ଧରିତ୍ରୀ’ରେ ଖବର ପ୍ରକାଶ ପାଇବା…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri