ସରିଲା ପହଣ୍ଡି: ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ,୫ା୭: ସରିଛି ପହଣ୍ଡି ନୀତି। ଏହା ପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିରାଜମାନ ହୋଇଥିବାବେଳେ ପରେ ଦେବୀ ସୁଭଦ୍ରା ବିରାଜମାନ କରିଥିଲେ। ପରେ ବଡ଼ଠାକୁର ବଳଭଦ୍ର ପହଣ୍ଡିରେ ଆସି  ତାଳଧ୍ବଜରେ ବିରାଜିଛନ୍ତି। ସେହିପରି ନନ୍ଦିଘୋଷରେ ବସିଛନ୍ତି ମହାବାହୁ କାଳିଆ ସାଆନ୍ତ।  ଏହି ଅପରୂପ ଦୃଶ୍ୟ ଦେଖିବା ପାଇଁ ଶରଧାବାଲିରେ ପ୍ରବଳ ଭକ୍ତଙ୍କ ଗହଳି ଲାଗିଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି।

ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ହୋଇ ପହଣ୍ଡି ଆରମ୍ଭ ହୋଇଥିଲା। ମଙ୍ଗଳାର୍ପଣ ୧୧ଟା ୪୫ହୋଇଥିଲା। ପରେ ଡୋରଲାଗି ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଛି ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri