ସରିଲା ପହଣ୍ଡି: ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ,୫ା୭: ସରିଛି ପହଣ୍ଡି ନୀତି। ଏହା ପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିରାଜମାନ ହୋଇଥିବାବେଳେ ପରେ ଦେବୀ ସୁଭଦ୍ରା ବିରାଜମାନ କରିଥିଲେ। ପରେ ବଡ଼ଠାକୁର ବଳଭଦ୍ର ପହଣ୍ଡିରେ ଆସି  ତାଳଧ୍ବଜରେ ବିରାଜିଛନ୍ତି। ସେହିପରି ନନ୍ଦିଘୋଷରେ ବସିଛନ୍ତି ମହାବାହୁ କାଳିଆ ସାଆନ୍ତ।  ଏହି ଅପରୂପ ଦୃଶ୍ୟ ଦେଖିବା ପାଇଁ ଶରଧାବାଲିରେ ପ୍ରବଳ ଭକ୍ତଙ୍କ ଗହଳି ଲାଗିଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି।

ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ହୋଇ ପହଣ୍ଡି ଆରମ୍ଭ ହୋଇଥିଲା। ମଙ୍ଗଳାର୍ପଣ ୧୧ଟା ୪୫ହୋଇଥିଲା। ପରେ ଡୋରଲାଗି ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଛି ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?