ସରିଲା ପହଣ୍ଡି: ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ,୫ା୭: ସରିଛି ପହଣ୍ଡି ନୀତି। ଏହା ପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିରାଜମାନ ହୋଇଥିବାବେଳେ ପରେ ଦେବୀ ସୁଭଦ୍ରା ବିରାଜମାନ କରିଥିଲେ। ପରେ ବଡ଼ଠାକୁର ବଳଭଦ୍ର ପହଣ୍ଡିରେ ଆସି  ତାଳଧ୍ବଜରେ ବିରାଜିଛନ୍ତି। ସେହିପରି ନନ୍ଦିଘୋଷରେ ବସିଛନ୍ତି ମହାବାହୁ କାଳିଆ ସାଆନ୍ତ।  ଏହି ଅପରୂପ ଦୃଶ୍ୟ ଦେଖିବା ପାଇଁ ଶରଧାବାଲିରେ ପ୍ରବଳ ଭକ୍ତଙ୍କ ଗହଳି ଲାଗିଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି।

ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ହୋଇ ପହଣ୍ଡି ଆରମ୍ଭ ହୋଇଥିଲା। ମଙ୍ଗଳାର୍ପଣ ୧୧ଟା ୪୫ହୋଇଥିଲା। ପରେ ଡୋରଲାଗି ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଛି ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

ବଦଳିବ ଓ୍ବେଷ୍ଟ୍‌ବେଙ୍ଗଲ ନାଁ, ବିଧାନସଭା ପ୍ରଥମ ଅଧିବେଶନରେ ଆସିବ ବିଲ୍‌, ସୂଚନା ଦେଇ କହିଲେ…

କୋଲକାତା,୭ା୧୦: ଓ୍ବେଷ୍ଟବେଙ୍ଗଲ ନାଁ ପରିବର୍ତ୍ତନ କରି ‘ପଶ୍ଚିମ ବଙ୍ଗ’ (Paschim Banga) ରଖାଯିବାକୁ ଯାଉଛି। ଏଥିପାଇଁ ବିଧାନସଭାର ପ୍ରଥମ ଅଧିବେଶନରେ ହିଁ ଏକ ନୂତନ ବିଲ ଆଗତ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?