ବିପଦରେ ସାମୁଦ୍ରିକ ପ୍ରାଣୀ, ଭିତରକନିକା

କେନ୍ଦ୍ରାପଡ଼ା ଅଫିସ, ୨୫ା୬: କେନ୍ଦ୍ରାପଡ଼ା ଜିଲା ଜାତୀୟ ଉଦ୍ୟାନ ଭିତରକନିକାର ଜୈବବିବିଧତା ଉପରେ ବିପଦ ଘନେଇ ଆସୁଛି। ଏଠାରେ ଥିବା ସାମୁଦ୍ରିକ ଓ ବନ୍ୟପ୍ରାଣୀ ମୃତ୍ୟୁଆଡ଼କୁ ଠେଲିହୋଇ ଯାଉଛନ୍ତି। ମଧୁର ଜଳର ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏଥିପାଇଁ କାରଣ ସାଜିଛି। କେବଳ ବ୍ରାହ୍ମଣୀ ନଦୀରୁ ଶିଳ୍ପ ଓ ଖଣି ଲାଗି ବର୍ଷକୁ ୮୬.୨୬ ମିଲିୟନ କ୍ୟୁବିକ୍‌ ମିଟର ଉଠାଯାଉଛି। ସେହିପରି ଶିଳ୍ପ ପ୍ରଦୂଷଣରେ ଅନୁଗୋଳ ଓ ଭିତରକନିକା ମଧ୍ୟରେ ଥିବା ବ୍ରାହ୍ମଣୀ ଜଳ ବିଷାକ୍ତ ବୋଲି କେନ୍ଦ୍ର ପର୍ଯ୍ୟାବରଣ ବିଭାଗ ରିପୋର୍ଟରୁ ପ୍ରକାଶ ପାଇଛି।
ଭିତରକନିକାର ଜୈବବିବିଧତା ଓ ଏହାର ସମନ୍ବିତ ପରିଚାଳନା ସମ୍ପର୍କରେ ରିସର୍ଚ୍ଚ କରୁଥିବା ଅଧ୍ୟାପକ ଦେବୀ ପ୍ରସାଦ ସାହୁ, ଅଧ୍ୟାପକ ଶରତ କୁମାର ସାହୁ ଓ ଅଧ୍ୟାପକ କ୍ଷୀତିଶ କୁମାର ସିଂହ କହିଛନ୍ତି, ଭିତରକନିକା ପରିବେଶ ଏବେ ଉଦ୍‌ବେଗଜନକ ସ୍ଥିତି ଆଡ଼କୁ ଯାଉଛି। ପ୍ରତିଦିନ ଏହି ଆର୍ଦ୍ରଭୂମିରେ ଜମା ହେଉଥିବା ପ୍ରଦୂଷିତ ଜଳ ଜୀବଜଗତ ପ୍ରତି ବିପଦ ସାଜିଛି। କେନ୍ଦ୍ର ପର୍ଯ୍ୟାବରଣ ବିଭାଗ ପକ୍ଷରୁ ୨୦୦୮ରୁ ୨୦୧୮ ମଧ୍ୟରେ ବ୍ରାହ୍ମଣୀ, ବୈତରଣୀ ଅବବାହିକାର ଜଳ ସମ୍ପର୍କରେ ଅନୁଧ୍ୟାନ କରାଯାଇ ପ୍ରସ୍ତୁତ ରିପୋର୍ଟରେ ଉଲ୍ଲେଖ ହୋଇଛି। ଏଥିସହ ଭିତରକନିକାକୁ ପ୍ରବେଶ କରୁଥିବା ଜଳଉତ୍ସ ଉପରେ ନିର୍ଭର କରୁଥିବା ଲୁହା ଓ ଆଲୁମିନିୟମ ଶିଳ୍ପ, ସିମେଣ୍ଟ, ଫେରୋକ୍ରୋମ୍‌, ସାର କାରଖାନା ଆଦିର ଜଳ ଗ୍ରହଣ ଓ ପ୍ରଦୂଷିତ ଜଳ ପ୍ରେରଣକୁ ନେଇ ଅନୁଧ୍ୟାନ ହୋଇଥିଲା। ଏହି ଅନୁଧ୍ୟାନରେ ବ୍ରାହ୍ମଣୀ ଜଳ ଶିଳ୍ପ ପାଇଁ ଅଧିକ ପ୍ରଦୂଷିତ ହେଉଥିବା ଦର୍ଶାଯାଇଛି। ଏପରି କି ଅନୁଗୋଳଠାରେ ପାଣି ଓ ଭିତରକନିକା ପାଣି ସାମ୍ପଲ ମଧ୍ୟରେ ୧୦ ଗୁଣ ବ୍ରାହ୍ମଣୀ ଜଳ ବିଷାକ୍ତ ବୋଲି ରିପୋର୍ଟରେ ଉଲ୍ଲେଖ ହୋଇଛି। ଭିତରକନିକା ଜୈବବିବିଧତା ସୁରକ୍ଷାରେ ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀର ଜଳ ଗୁରୁତ୍ୱ ବହନ କରୁଛି। ତେବେ ଏଥିମଧ୍ୟରୁ ସର୍ବାଧିକ ଜଳ ବ୍ରାହ୍ମଣୀ ନଦୀ ଯୋଗାଇଥାଏ। ଏହି ନଦୀ ଅବବାହିକାରେ ଜନସଂଖ୍ୟା ବୃଦ୍ଧିକୁ ତାଳ ଦେଇ ଶିଳ୍ପ ବୃଦ୍ଧି ପାଇବାରେ ଲାଗିଛି। ଶିଳ୍ପରୁ ବାହାରୁଥିବା ଫ୍ଲାଏ ଆଶ୍‌ ବା ଉଡ଼ନ୍ତା ପାଉଁଶର ନିୟନ୍ତ୍ରଣ ପାଇଁ ଜଳର ଆବଶ୍ୟକତା ଅଛି। ଶିଳ୍ପ ଓ ଖଣି କାର୍ଯ୍ୟ ଲାଗି ବର୍ଷକୁ ୮୬.୨୬ ଏମ୍‌ସିଏମ୍‌ ଜଳ ବ୍ରାହ୍ମଣୀ ନଦୀରୁ ଉତ୍ତୋଳନ ହେଉଛି। ନଦୀ ଅବବାହିକାରେ ଥିବା ଅନୂ୍ୟନ ୧୦ ଖଣି ପାଇଁ ଦୈନିକ ୧୫,୮୦୦ କିଲୋ ଲିଟର ବ୍ୟବହାର ହେଉଛି। ଏହାବ୍ୟତୀତ ଜନସାଧାରଣଙ୍କ ମୌଳିକ ଆବଶ୍ୟକତା ପାନୀୟ ଜଳ ଓ ଚାଷ ପାଇଁ ମେଗା ପ୍ରକଳ୍ପମାନ ପ୍ରତିଷ୍ଠା ହୋଇଛି। ଶିଳ୍ପରୁ ବାହାରୁଥିବା ପ୍ରଦୂଷିତ ଜଳ ନଦୀକୁ ବିଷାକ୍ତ କରୁଛି। ଶିଳ୍ପ ଓ ଜନସାଧାରଣଙ୍କ ଆବଶ୍ୟକତା ପାଇଁ ନଦୀରେ ଜଳସଙ୍କଟ ଆରମ୍ଭ ହୋଇଛି। ଏହି କେନ୍ଦ୍ରୀୟ ବିଭାଗର ୨୦୧୩ ରିପୋର୍ଟ ମଧ୍ୟ ଅନୁରୂପ ମତ ଉଲ୍ଲେଖ କରିଛି। ଭିତରକନିକାରେ ଜମା ହେଉଥିବା ବିଷାକ୍ତ ଜଳ ସାମୁଦ୍ରିକ ଓ ବନ୍ୟପ୍ରାଣୀ ସମେତ ଜୈବବିବିଧତାର ବିପଦ ସାଜିଛ। ବିଷାକ୍ତ ଜଳର ବିଶୁଦ୍ଧୀକରଣ ବ୍ୟବସ୍ଥା ସମ୍ପର୍କରେ ଅଦ୍ୟାବଧି କୌଣସି ଯୋଜନା ପ୍ରସ୍ତୁତ ହୋଇନାହିଁ। ଏପରି କି ନିକଟରେ ଥିବା ଧାମରା ଓ ପାରାଦୀପ ବନ୍ଦରକୁ ବଡ଼ ଜାହାଜ ଓ ନିକଟସ୍ଥ ଅଏଲ ରିଫାଇନାରିରୁ ତେଲ ଲିକ୍‌ ହେବାର ସମ୍ଭାବନା ଅଛି। ଏହି ବିପଦରୁ ମୁକ୍ତ ପାଇଁ ଓ ଜୈବବିବିଧତା ସମନ୍ବିତ ପରିଚାଳନା ଲାଗି ପର୍ଯ୍ୟାବରଣ ବିଭାଗ ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ବୋଲି ଏହି ଗବେଷକମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri