ଶେଷ ହେଲା ଶ୍ରୀଜୀଉଙ୍କ ଅଧରପଣା

ପୁରୀ ଅଫିସ,୨୨।୭: ବିଶ୍ୱବାସୀଙ୍କୁ ବୁଧବାର ତିନି ଠାକୁର ସୁନାବେଶ ଦର୍ଶନ ଦେଇଥିଲେ। ଗୁରୁବାର ରଥ ଉପରେ ଶେଷ ହୋଇଛି ଶ୍ରୀଜୀଉଙ୍କ ଅଧରପଣା ନୀତି। ବାହୁଡ଼ା ଓ ସୁନାବେଶ ଭଳି ଅଧରପଣା ନୀତି ବିନା ଭକ୍ତରେ ସମ୍ପନ୍ନ ହୋଇଛି।

ସିଂହଦ୍ବାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆ ଆପଟ ସେବକମାନେ ମୁହଁରେ ତୁଣ୍ଡି ବାନ୍ଧି ପାଣି ଆଣିଥିଲେ। ପାଣି ଛଣାହୋଇ ପିତ୍ତଳ ହଣ୍ଡାରେ ରଖାଯିବା ପରେ ସୁପକାର ବା ସୁଆରମାନେ ପଣା ପ୍ରସ୍ତୁତ କରିଥିଲେ। ପଣାରେ ସର, କଦଳୀ, ଛେନା, ଗୋଲମରିଚ ଗୁଣ୍ଡ, କର୍ପୁର, ଜାଇଫଳ ଆଦି ମିଶ୍ରଣ କରାଯାଇଥିଲା। ପରେ ସେବାୟତମାନେ ଶ୍ରୀବିଗ୍ରହଙ୍କ ଠାରେ ୩ଟି ଲେଖାଏଁ ତୁମ୍ବାକୃତି ମାଟିପାତ୍ରରେ ଅଧରପଣା ଲାଗି କରିଥିଲେ। ପରେ ରଥାରୁଢ ଦିଅଁଙ୍କୁ ଅଧରପଣା ଭୋଗ ଲାଗି କରାଯାଇଥିଲା। ଭୋଗ ଲାଗି ପରେ ରଥ ଉପରେ ନୀତି ଅନୁଯାୟୀ ଅଧରପଣା ହାଣ୍ଡି ଭଙ୍ଗା ଯାଇଥିଲା।

ରଥ ପାଶର୍‌ବ ଦେବାଦେବୀଙ୍କ ସମେତ ଚଣ୍ଡୀ, ଚାମୁଣ୍ଡାମାନେ ଘୂରି ବୁଲୁଥିବାରୁ ଅଧରହାଣ୍ଡି ଭଙ୍ଗାଯାଇ ସେମାନଙ୍କୁ ପଣା ଉତ୍ସର୍ଗ କରିବାର ଏହି ପରାମ୍ପରା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri