Posted inଜାତୀୟ

ଦେଶରୁ ଶେଷ ହେଉଛି ବଂଶବାଦ ରାଜନୀତି: ମୋଦି

ପୁଡୁଚେରୀ,୨୫।୨: ଦେଶରୁ କଂଗ୍ରେସର ସାମନ୍ତବାଦୀ, ବଂଶବାଦ ତଥା ସଂରକ୍ଷଣ ରାଜନୀତି ଶେଷ ହେବାରେ ଲାଗିଛି। ସମ୍ପ୍ରତି ଇତିହାସରେ ପ୍ରଥମଥର ପାଇଁ ଲୋକ ସଭାରେ କଂଗ୍ରେସ ସଦସ୍ୟଙ୍କ ସଂଖ୍ୟା ଶହେରୁ କମ୍‌ ରହିଛି। କଂଗ୍ରେସକୁ ଦେଶବାସୀ ପ୍ରତ୍ୟାଖାନ କରିଛନ୍ତି। ଧୀରେଧୀରେ ବିଭିନ୍ନ ରାଜ୍ୟରେ କଂଗ୍ରେସ ସରକାରଙ୍କ ପତନ ଘଟି ଚାଲିଛି। ଏବେ ଲୋକେ ବିକାଶକୁ ଗୁରୁତ୍ୱ ଦେଉଛନ୍ତି। ଆଗାମୀ ଦିନରେ ଦେଶରେ କୃଷକଙ୍କ ଆର୍ଥିକ ବିକାଶ ଲାଗି ଗ୍ରାମୀଣ ଏବଂ ଉପକୂଳ କ୍ଷେତ୍ରରେ ଯୋଗାଯୋଗ ବ୍ୟବସ୍ଥାରେ ଉନ୍ନତି କରାଯିବ। ଏହା ଦ୍ୱାରା କୃଷକ ନିଜ ଉତ୍ପାଦକୁ ସହଜରେ ବଜାରରେ ପହଞ୍ଚାଇପାରିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଡୁଚେରୀର ଜବାହରଲାଲ୍‌ ଇନଷ୍ଟିଚ୍ୟୁଟ ଅଫ୍‌ ପୋଷ୍ଟଗ୍ରାଜୁଏଟ୍‌ ମେଡ଼ିକାଲ ଏଜୁକେଶନ ଆଣ୍ଡ ରିସର୍ଚ୍ଚର ଏକ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି। ଦେଶରେ ସ୍ବାସ୍ଥ୍ୟ ସେବାର ବିକାଶ ଜାରି ରହିଛି। ପ୍ରତିଟି ଲୋକଙ୍କ ପାଖରେ ଆବଶ୍ୟକ ସ୍ବାସ୍ଥ୍ୟ ସେବା ସୁବିଧା ପହଞ୍ଚାଇବା ଲକ୍ଷ୍ୟ ନେଇ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ସ୍ବାସ୍ଥ୍ୟରେ ନିବେଶର ବହୁ ସୁଯୋଗ ସୃଷ୍ଟି ହୋଇଛି। ଏହାଯୋଗୁ ଭବିଷ୍ୟତରେ ହେଲଥ୍‌ କେୟାର ସେକ୍ଟର ଗୁରୁତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିବାର ସମ୍ଭାବନା ଉଜ୍ୱଳ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri