Posted inରାଜ୍ୟ

ଓଡ଼ିଶାରେ ଆଗୁଆ ହୋଇପାରେ ସାଧାରଣ ନିର୍ବାଚନ: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଓଡ଼ିଶାରେ ଆଗୁଆ ହୋଇପାରେ ସାଧାରଣ ନିର୍ବାଚନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଏଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଗଣମାଧ୍ୟମକୁ ଏଭଳି ପୂର୍ବାନୁମାନ କରିଛନ୍ତି। ରାଜ୍ୟରେ ଆଗୁଆ ନିର୍ବାଚନ ହେବ ବୋଲି ସେ ଶୁଣିଥିବା କହିଛନ୍ତି। ଆସନ୍ତା ୨୦୨୪ ସାଧାରଣ ନିର୍ବାଚନରେ ପଦ୍ମପୁର ଉପନିର୍ବାଚନ ଫଳାଫଳର ପ୍ରଭାବ ପଡ଼ିବ କି ବୋଲି ଗଣମାଧ୍ୟମର ଏକ ପ୍ରଶ୍ନର ଉତ୍ତରରେ ଧର୍ମେନ୍ଦ୍ର କହିଛନ୍ତି, ନିର୍ବାଚନକୁ ଅନେକ ଦିନ ରହିଛି। ବହୁତ ପ୍ରସଙ୍ଗ ଉଠିବ। ଗଣତନ୍ତ୍ରରେ ରାଜନୈତିକ ଦଳଗୁଡିକ ନିଜର ଏଜେଣ୍ଡା ନେଇ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିିତା କରିଥାନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଆମେ ଲଢ଼ିଥିଲୁ। ଏବେ ଆମେ ରାଜ୍ୟରେ ବୃହତ୍‌ ବିରୋଧୀ ଦଳ। ଆମେ ଆମର ସମସ୍ତ ଦାୟିତ୍ୱସମ୍ପନ୍ନ ଏଜେଣ୍ଡାକୁ ନେଇ ନିର୍ବାଚନ ମଇଦାନକୁ ଓହ୍ଲାଇଥାଉ। ପଦ୍ମପୁର ଉପନିର୍ବାଚନ ଫଳାଫଳକୁ ନେଇ ଧର୍ମେନ୍ଦ୍ର କହିଛନ୍ତି, ଆମେ ଯାହା ଭାବୁଥିଲୁ, ତାହା ହେଲାନାହିଁ। ଜନମତକୁ ଆମେ ସ୍ବୀକାର କରୁଛୁ। କିନ୍ତୁ ଯିଏ ଜିତେ ସେ ବଢ଼ିଚଢ଼ି କହିବା ସ୍ବାଭାବିକ। ମହିଳାଙ୍କୁ ଅପମାନ ସମ୍ପର୍କରେ ଯିଏ ଭିଡିଓ ବାର୍ତ୍ତା ଦେଇଛନ୍ତି, ସେ ଜାଣି ରଖିବା ଉଚିତ ଭାଜପା ୭୮ ହଜାର ଭୋଟ ପାଇଛି, ଯେଉଁଥିରେ ମହିଳା ଭୋଟ ମଧ୍ୟ ରହିଛି। ଧର୍ମେନ୍ଦ୍ରଙ୍କ ମତ ଉପରେ ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ଆଗୁଆ ନିର୍ବାଚନ କରିବା କଥା କେନ୍ଦ୍ରମନ୍ତ୍ରୀ ବୋଧେ କେନ୍ଦ୍ର ସରକାରଙ୍କ ଯୋଜନା ବିଷୟରେ କହୁଛନ୍ତି। ପଦ୍ମପୁର ଉପନିର୍ବାଚନ ହାରିବା ପରେ ଦଳୀୟ କର୍ମକର୍ତ୍ତାଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ହୁଏତ କେନ୍ଦ୍ରମନ୍ତ୍ରୀ ଏଭଳି କହିଥାଇପାରନ୍ତି ବୋଲି ଆଚାର୍ଯ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri