ଓପିଜିସିକୁ ଶକ୍ତି ସଂରକ୍ଷଣ ପୁରସ୍କାର

ସମ୍ବଲପୁର,୧୬ା୧୨(ବି.ଶଙ୍କର): ଶକ୍ତି ସଂରକ୍ଷଣ କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ (ଓପିଜିସି) ଲିମିଟେଡ ଶୁକ୍ରବାର ରାଜ୍ୟ ଓ ଜାତୀୟ ସ୍ତରରେ ପୁରସ୍କୃତ ହୋଇଛି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ ଜାତୀୟ ଶକ୍ତି ସଂରକ୍ଷଣ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମରେ ୧୦୦ ମେଗାୱାଟରୁ ଅଧିକ କ୍ଷମତା ବିଶିଷ୍ଟ ପାୱାର ପ୍ଲାଣ୍ଟ ବର୍ଗରେ ଓପିଜିସି ୨ୟ ପୁରସ୍କାର ହାସଲ କରିଛି। ସେହିଭଳି ଭୁବନେଶ୍ୱରଠାରେ ଆୟୋଜିତ ରାଜ୍ୟସ୍ତରୀୟ ଶକ୍ତି ସଂରକ୍ଷଣ ପୁରସ୍କାର ସମାରୋହରେ କମ୍ପାନୀ ୧ମ ପୁରସ୍କାର ପାଇଛି। ଉଲ୍ଲେଖଯୋଗ୍ୟ, କେନ୍ଦ୍ର ଶକ୍ତି ମନ୍ତ୍ରୀ ରାଜ କୁମାର ସିଂଙ୍କଠାରୁ ଓପିଜିସିର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମାନସ ରଞ୍ଜନ ରାଉତ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ଅପରପକ୍ଷରେ ରାଜ୍ୟସ୍ତରୀୟ ଓଡ଼ିଶା ରାଜ୍ୟ ଶକ୍ତି ସଂରକ୍ଷଣ ପୁରସ୍କାର -୨୦୨୩ ଆଇପିପି ବର୍ଗରେ ଓପିଜିସିକୁ ଶ୍ରେଷ୍ଠ ପ୍ରଦର୍ଶନ ପୁରସ୍କାର ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କଠାରୁ କମ୍ପାନୀ ଏଜିଏମ୍‌ (ଅପରେଶନ) ରମଣ ଭର୍ମୁରିଆ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI: ସୁଧ ହାରରେ ମିଳିଲାନି ଆଶ୍ୱସ୍ତି

ମୁମ୍ବାଇ,୬।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri