ଏନ୍‌ଏସି ଘୋଷଣା ନେଇ ଦାବି

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ)- ରାଜ୍ୟରେ ନୂଆ ଏନଏସି ପାଇଁ ଗତ ଶନିବାର ଡ୍ରାଫ୍ଟ ନୋଟିସ ପ୍ରକାଶ ପାଇଥିଲା। ଏଥିରେ ୭ ଜିଲାରେ ୧୨ ଏନ୍‌ଏସି ଗଠନ ହେବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା। ହେଲେ ଏହି ବିଜ୍ଞପ୍ତିରେ କଳାହାଣ୍ଡି ଜିଲାର କୌଣସି ନାମ ନ ଥିଲା, ଯାହାକୁ ନେଇ ଅସନ୍ତୋଷ ଦେଖାଦେଇଥିଲା। ଏପରିସ୍ଥଳେ ସୋମବାର ପୂର୍ବତନ ବିରୋଧୀ ଦଳ ନେତା ତଥା କଳାହାଣ୍ଡିର ବରିଷ୍ଠ ଭାଜପା ନେତା ପ୍ରଦୀପ୍ତ ନାଏକଙ୍କ ନେତୃତ୍ୱରେ ଏକ ଦଳ ଭୁବନେଶ୍ୱରସ୍ଥିତ ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଦାବିପତ୍ର ଦେଇଛନ୍ତି। ଏଥିରେ କଳାହାଣ୍ଡି ଜିଲାର ଜୟପାଟଣା, ନର୍ଲା ଓ ଏମ୍‌. ରାମପୁରକୁ ଏନ୍‌ଏସି ଘୋଷଣା କରିବା, କେସିଙ୍ଗା ର ତାହଂର୍ଶିଠାରୁ ଜୋଲକୋ ପର୍ଯ୍ୟନ୍ତ ବାଇପାସ ରାସ୍ତା ନିର୍ମାଣ, ସ୍ପିନିଂ ମିଲକୁ କାର୍ଯ୍ୟକ୍ଷମ କରାଇବା, ତେଲ ନଦୀ ଉପରେ ତୁର୍ଲାଖମନଠାରେ ବ୍ୟାରେଜ ନିର୍ମାଣ ଆଦି ଉଲ୍ଲେଖ ହୋଇଛି। ଏହି ସମୟରେ ଭାଜପାର ପୂର୍ବତନ ଜିଲା ସଭାପତି ଶେଷଦେବ ବେହେରା, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ନମିତା ରାଣୀ ସାହୁ, ବରିଷ୍ଠ ଆଦିବାସୀ ନେତା ଗଙ୍ଗାଧର ମାଝୀ ଓ କେସିଙ୍ଗା ସଚେତନ ନାଗରିକ ମଞ୍ଚର କର୍ମକର୍ତ୍ତା ଉପସ୍ଥିତ ଥିଲେ। ତେବେ ପରବର୍ତ୍ତୀ ପର୍ଯ୍ୟାୟରେ କଳାହାଣ୍ଡି ଜିଲାର ଉପରୋକ୍ତ ତିନୋଟି ସହରକୁ ଏନ୍‌ଏସି ପାଇଁ ନାମ ଘୋଷଣା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ଜଣାପଡିଛି। ସୂଚନାଯୋଗ୍ୟ, ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲାର ଜୟପାଟଣା, ନର୍ଲା ଓ ଏମ୍‌ ରାମପୁରକୁ ନୂତନ ଏନ୍‌ଏସି କରିବା ପାଇଁ ଘୋଷଣା କରିଥିଲେ, ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ସାହ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri