Posted inଜାତୀୟ

ବଢିଲା ମହୁଆଙ୍କ ଅଡୁଆ: କେଜରିଓ୍ବାଲଙ୍କ ପରି ଯାଇପାରନ୍ତି ଜେଲ୍‌!

ନୂଆଦିଲ୍ଲୀ,୨।୪:ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଏମପି ମହୁଆ ମୋଇତ୍ରାଙ୍କ ବିଢିଲା ଅଡୁଆ। ଲାଞ୍ଚ ନେଇ ସଂସଦରେ ପ୍ରଶ୍ନ ପଚାରିବା ମାମଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇଡି ତାଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲା ରୁଜୁ କରିଛି।

ବୈଦେଶିକ ବିନିମୟ ପରିଚାଳନା ଆକ୍ଟ (FEMA) ମାମଲାରେ ଇଡି ସୋମବାର ମହୁଆଙ୍କୁ ପଚରାଉଚରା କରିବାର ଥିଲା। କିନ୍ତୁ ସେ ଇଡି କାର୍ଯ୍ୟାଳୟରେ ହାଜର ହୋଇ ନ ଥିଲେ। ଏହା ପରିବର୍ତ୍ତେ ସେ ଏଜେନ୍ସିକୁ ଏକ ଚିଠି ଲେଖି ହାଜର ହେବା ପାଇଁ ତାଙ୍କୁ ୨୧ଦିନ ସମୟ ଦେବାକୁ କହିଥିଲେ। ତେବେ ମହୁଆଙ୍କୁ ସମୟ ଦେବାକୁ ଇଡି ମନା କରିଦେଇଥିଲା। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ମୋଇତ୍ରାଙ୍କ ବିରୋଧରେ ଏକ ନୂଆ ସମନ ଜାରି କରି ତାଙ୍କୁ ୭ ଦିନ ପରେ ପଚରାଉଚରା ପାଇଁ ଡାକିଛି।

ସୂଚନାଯୋଗ୍ୟ, ଲୋକପାଲଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (CBI) ଏହି ମାମଲାର ତଦନ୍ତ କରିସାରିଛି। ୬ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଲୋକପାଲ ସିବିଆଇକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଗତ ବର୍ଷ ଭାଜପା ଏମପି ନିଶିକାନ୍ତ ଦୁବେ ମହୁଆ ମୋଇତ୍ରାଙ୍କ ବିରୋଧରେ ଲାଞ୍ଚ ନେଇ ସଂସଦରେ ପ୍ରଶ୍ନ ପଚାରିଥିବା ଅଭିଯୋଗ ଆଣିଥିଲେ। ମହଙ୍ଗା ଉପହାର ଓ ଟଙ୍କା ବଦଳରେ ବ୍ୟବସାୟୀ ଦର୍ଶନ ହିରାନନ୍ଦାନୀଙ୍କ ନିର୍ଦ୍ଦେଶରେ ସଂସଦରେ ପ୍ରଶ୍ନ ପଚାରିଥିବା ଅଭିଯୋଗ କରିଥିଲେ। ଅନୁସନ୍ଧାନରେ ଦୋଷୀ ସାବ୍ୟସ୍ତ ହେବା ପରେ ୮ ଡିସେମ୍ବର ୨୦୨୩ରେ ମହୁଆଙ୍କୁ ଲୋକସଭାରୁ ବହିଷ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri