ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭତ୍ତି କରି ଜିଲା ଯୋଗାଣ ବିଭାଗର ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌ ନୂଆପଡ଼ା ସହରର ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଚଢାଉ କରି ୧୧ଟି ଏଲ୍‌ପିଜି ସିଲିଣ୍ଡର ଜବତ କରିଛି।

ଜିଲା ସହକାରୀ ଯୋଗାଣ ଅଧିକାରୀ ପୂର୍ଣ୍ଣାଶା ଭୋଇଙ୍କ ନେତୃତ୍ୱରେ ଟିମ୍‌ ଚଢାଉ କରିଥିଲା। ଏହି ସମୟରେ ନୂଆପଡା ବ୍ଲକ ଯୋଗାଣ ନିରୀକ୍ଷକ ଶୁଭଶ୍ରୀ ଦାସ, କୋମନା ବ୍ଲକ ଯୋଗାଣ ନିରୀକ୍ଷକ ପୂର୍ଣ୍ଣଚନ୍ଦ୍ର ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଯାଞ୍ଚ ସମୟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ପ୍ରମାଣ ମିଳିଥିଲା।

ଏଲ୍‌ପିଜି ସିଲିଣ୍ଡର ବ୍ୟବହାର ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବାରୁ ସେଗୁଡିକୁ ଜବତ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଏପରି ଅବୈଧ କାର୍ଯ୍ୟରେ ଜଡିତ ଥିବା ବ୍ୟକ୍ତି ବିରୋଧରେ ଆଗାମୀ ଦିନରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। ସହରର ସମସ୍ତ ବ୍ୟବସାୟୀଙ୍କୁ ନିୟମ ଅନୁଯାୟୀ କେବଳ ବାଣିଜି୍ୟକ ସିଲିଣ୍ଡର ବ୍ୟବହାର କରିବାକୁ ଅନୁରୋଧ କରାଯାଇଛି।

ହୋଟେଲରେ ଘରୋଇ
ସିଲିଣ୍ଡର ବ୍ୟବହାର କରୁଥିଲେ ସାବଧାନ


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri