ଇଂ. ବସନ୍ତ ପରିଡ଼ା ଆଇଡବ୍ଲ୍ୟୁଡବ୍ଲ୍ୟୁଏର ପ୍ରଥମ ଓଡ଼ିଆ ମହାସଚିବ ନିର୍ବାଚିତ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଦେଶ ବିଦେଶର ୧୨ଶହରୁ ଅଧିକ ଇଞ୍ଜିନିୟର ଏବଂ ଦକ୍ଷ ବିଶେଷଜ୍ଞଙ୍କୁ ନେଇ ଜଳ ଓ ବର୍ଜ୍ୟଜଳ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଖିଳ ଭାରତୀୟ ସଂସ୍ଥା ଇଣ୍ଡିଆନ ଓ୍ବାଟର ଓ୍ବାର୍କ୍ସ ଆସୋସିଏଶନ (ଆଇଡବ୍ଲ୍ୟୁଡବ୍ଲ୍ୟୁଏ)ର ମହାସଚିବ ଭାବେ ଇଞ୍ଜିନିୟର ବସନ୍ତ ପରିଡ଼ା ନିର୍ବାଚିତ ହୋଇଛନ୍ତି। ୨୦୨୩ରୁ ୨୦୨୫ ପର୍ଯ୍ୟନ୍ତ ଦେଶବ୍ୟାପୀ ଏହି ସମ୍ମାନଜନକ ଫୋରମ୍‌ର ନେତୃତ୍ୱ ନେବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ଇଞ୍ଜିନିୟର। ମହାରାଷ୍ଟ୍ରର ପୁଣେଠାରେ ସଂସ୍ଥାର ୫୬ତମ ବାର୍ଷିକ ସମ୍ମିଳନୀରେ ପରିଡ଼ାଙ୍କୁ ଏହି ଗୁରୁ ଦାୟିତ୍ୱ ମିଳିଛି। ଏଥିପାଇଁ ସେ ଆଇଡବ୍ଲ୍ୟୁଡବ୍ଲ୍ୟୁଏ ସଦସ୍ୟଙ୍କୁ କୃତଜ୍ଞତା ଜଣାଇଛନ୍ତି। ସୂଚନାଯୋଗ୍ୟ, ୧୯୬୮ରେ ପ୍ରତିଷ୍ଠିତ ଆଇଡବ୍ଲ୍ୟୁଡବ୍ଲ୍ୟୁଏର ମୁଖ୍ୟ କାର୍ଯ୍ୟାଳୟ ମୁମ୍ବାଇରେ ଥିବାବେଳେ ସବୁ ରାଜ୍ୟରେ ୩୫ଟି କେନ୍ଦ୍ର ରହିଛି। ଗ୍ରାମାଞ୍ଚଳ, ପୌରପାଳିକା, ଶିଳ୍ପ, କୃଷି ଆଦି କାର୍ଯ୍ୟରେ ବ୍ୟବହୃତ ଜଳର ପରିଚାଳନା ତଥା ବର୍ଜ୍ୟଜଳ ନିଷ୍କାସନ କ୍ଷେତ୍ର ସହ ଜଡିତ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଅର୍ଥନୀତି, ପରିବେଶ ଏବଂ ସାମାଜିକ ବିଜ୍ଞାନର ବିକାଶକୁ ପ୍ରୋତ୍ସାହିତ କରିବା ହେଉଛି ଏହି ସଙ୍ଗଠନର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri