Posted inଖେଳ

ଏମିତି ଛକା ମାରିରେ ବଟଲର୍‌, ପ୍ରଶଂସକ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ଆମଷ୍ଟରଡାମ,୨୩।୬: ଜୋସ ବଟଲର୍‌ ବିଶ୍ୱର ଜଣେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଭାବେ ଜଣାଶୁଣା। ନେଦରଲ୍ୟାଣ୍ଡ ବିପକ୍ଷ ତୃତୀୟ ଦିନିକଆ ରେ ସେ ୬୪ ବଲରୁ ଅପରାଜିତ ୮୬ ରନ କରିଥିଲେ। ଏହି ଇନିଂସରେ ସେ ୭ ଚୌକା ଏବଂ ୫ଟି ଛକା ମାରିଥିଲେ। ତାଙ୍କ ଇନିଂସ ଆଧାରରେ ଇଂଲଣ୍ଡ ମାତ୍ର ୩୦.୧ ଓଭରରେ ୨୪୫ ରନର ଲକ୍ଷ୍ୟ ହାସଲ କରିଥିଲା।ଦଳ ମଧ୍ୟ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୩-୦ରେ କ୍ଲିନ ସୁଇପ କରିଛି।
ଇଂଲଣ୍ଡ ଇନିଂସର ୨୯ତମ ଓଭରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଥିଲା। ଦ୍ରୁତ ବୋଲର ପଲ ୱାନ ମିକେରନ ପଞ୍ଚମ ବଲକୁ ସ୍ଲୋ ବୋଲିଂ କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ଏହି ବଲ ଲେଗ୍‌ ସାଇଡ୍‌ରେ ସମ୍ପୂର୍ଣ୍ଣ ପିଚ ବାହାରେ ଯାଇଥିଲା। କିନ୍ତୁ ବଟଲରଙ୍କ ଉପରେ ଏହାର କୌଣସି ପ୍ରଭାବ ପଡି ନଥିଲା। ସେ ବଲ୍‌କୁ ପିଛା କରି ଛକା ମାରିଥିଲେ। ନିୟମ ଅନୁଯାୟୀ, ଯଦି ଗୋଟିଏ ବଲ ପିଚ ବାହାରେ ପଡ଼େ, ତେବେ ଏହାକୁ ନୋ-ବଲ ଦିଆଯାଏ। ଏଭଳି ପରିସ୍ଥିତିରେ ବଟଲରଙ୍କୁ ଏକ ଫ୍ରି-ହିଟ ମିଳିଥିଲା। ସେ ପୁନର୍ବାର ପରବର୍ତ୍ତୀ ବଲ୍‌କୁ ଛକା ମାରିଥିଲେ।
ଆଇପିଏଲ ୨୦୨୨ରେ ଇଂଲଣ୍ଡର ଉଇକେଟ କିପର ବ୍ୟାଟ୍ସମ୍ୟାନ ବଟଲର ରାଜସ୍ଥାନ ରୟାଲ୍ସ ପାଇଁ ଚମତ୍କାର ଖେଳିଥିଲେ। ସେ ୧୭ ଇନିଂସରେ ହାରାହାରି ୫୮ରେ ସର୍ବାଧିକ ୮୬୩ ରନ ସଂଗ୍ରହ କରି ଅରେଞ୍ଜ କ୍ୟାପ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri