Posted inଖେଳ

କ୍ରିକେଟର୍‌ଙ୍କ ଲକେଟ୍‌କୁ ନେଇ ଜୋରଧରିଲା ଚର୍ଚ୍ଚା

ପାକିସ୍ତାନର ପେସର ହାସନ ଅଲି ତାଙ୍କ ବୋଲିଂରେ ବହୁତ ପ୍ରଭାବିତ କରିଛନ୍ତି କିନ୍ତୁ ଉଇକେଟ ନେବା ପରେ ଉତ୍ସବ ପାଳନ କରିବାର ଶୈଳୀ ଅନ୍ୟମାନଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। ତାଙ୍କ ଶୈଳୀକୁ ମଧ୍ୟ ଲୋକମାନେ ପସନ୍ଦ କରନ୍ତି। ଉଇକେଟ୍‌ ନେବା ପରେ ସେ ନଇଁପଡି ଦୁଇ ହାତକୁ ସଂପୂର୍ଣ୍ଣ ଖୋଲି ଦିଅନ୍ତି। ତେବେ ହାସନ ପିନ୍ଧିଥିବା ଲକେଟ୍‌କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଲର୍ଡସରେ ଖେଳାଯାଇଥିବା ପାକିସ୍ତାନ-ଇଂଲଣ୍ଡ ସିରିଜର ଦ୍ୱିତୀୟ ଦିନିକିଆରେ ହାସନ ଇଂଲଣ୍ଡ ବିପକ୍ଷରେ ପାଞ୍ଚଟ ଉଇକେଟ ନେଇଥିଲେ। ସେ ୯.୧ ଓଭର ବୋଲିଂ କରି ୫୧ ରନ ଦେଇ ପାଞ୍ଚଟି ଉଇକେଟ ନେଇଥିଲେ। ତେବେ ଏହି ମ୍ୟାଚ୍‌ରେ ପାକିସ୍ତାନ ହାରି ଯାଇଥିଲା। ଏହି ପରାଜୟ ସହିତ ଦଳ ସିରିଜ ମଧ୍ୟ ହରାଇଥିଲା। ଏହି ମ୍ୟାଚ ସମୟରେ ଅନେକ ଲୋକ ହାସନଙ୍କ ଲକେଟ୍‌ର ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ।
ମ୍ୟାଚ୍‌ରେ ଇଂଲଣ୍ଡର ଇନିଂସ ପରେ ହାସନ ଅଲି କ୍ୟାମେରା ଆଗରେ କଥା ହେଉଥିଲେ, ସେତେବେଳେ ତାଙ୍କ ବେକରେ ଏକ ଲକେଟ୍‌ ପଡ଼ିଥିବାର ଦେଖାଯାଇଥିଲା। ଏହି ଲକେଟ୍‌ଟି ହାସନଙ୍କ ସେଲିବ୍ରେସନ୍‌ ସମୟର ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ୨୭ ବର୍ଷୀୟ ହାସନ ଏପର୍ଯ୍ୟନ୍ତ ତାଙ୍କ କ୍ୟାରିୟରରେ ୧୩ ଟି ଟେଷ୍ଟ, ୫୬ଟି ଦିନିକିଆ ଏବଂ ୩୬ଟି -୨୦ ଅନ୍ତର୍ଜାତୀୟ ଖେଳିଛନ୍ତି । ସେ ଟେଷ୍ଟରେ ୫୭ ଉଇକେଟ, ଦିନିକିଆରେ ୮୮ ଏବଂ ଟି -୨୦ ଅନ୍ତର୍ଜାତୀୟ ଫର୍ମାଟରେ ୪୮ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri