Posted inଖେଳ

କ୍ରିକେଟର୍‌ଙ୍କ ଲକେଟ୍‌କୁ ନେଇ ଜୋରଧରିଲା ଚର୍ଚ୍ଚା

ପାକିସ୍ତାନର ପେସର ହାସନ ଅଲି ତାଙ୍କ ବୋଲିଂରେ ବହୁତ ପ୍ରଭାବିତ କରିଛନ୍ତି କିନ୍ତୁ ଉଇକେଟ ନେବା ପରେ ଉତ୍ସବ ପାଳନ କରିବାର ଶୈଳୀ ଅନ୍ୟମାନଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। ତାଙ୍କ ଶୈଳୀକୁ ମଧ୍ୟ ଲୋକମାନେ ପସନ୍ଦ କରନ୍ତି। ଉଇକେଟ୍‌ ନେବା ପରେ ସେ ନଇଁପଡି ଦୁଇ ହାତକୁ ସଂପୂର୍ଣ୍ଣ ଖୋଲି ଦିଅନ୍ତି। ତେବେ ହାସନ ପିନ୍ଧିଥିବା ଲକେଟ୍‌କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଲର୍ଡସରେ ଖେଳାଯାଇଥିବା ପାକିସ୍ତାନ-ଇଂଲଣ୍ଡ ସିରିଜର ଦ୍ୱିତୀୟ ଦିନିକିଆରେ ହାସନ ଇଂଲଣ୍ଡ ବିପକ୍ଷରେ ପାଞ୍ଚଟ ଉଇକେଟ ନେଇଥିଲେ। ସେ ୯.୧ ଓଭର ବୋଲିଂ କରି ୫୧ ରନ ଦେଇ ପାଞ୍ଚଟି ଉଇକେଟ ନେଇଥିଲେ। ତେବେ ଏହି ମ୍ୟାଚ୍‌ରେ ପାକିସ୍ତାନ ହାରି ଯାଇଥିଲା। ଏହି ପରାଜୟ ସହିତ ଦଳ ସିରିଜ ମଧ୍ୟ ହରାଇଥିଲା। ଏହି ମ୍ୟାଚ ସମୟରେ ଅନେକ ଲୋକ ହାସନଙ୍କ ଲକେଟ୍‌ର ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ।
ମ୍ୟାଚ୍‌ରେ ଇଂଲଣ୍ଡର ଇନିଂସ ପରେ ହାସନ ଅଲି କ୍ୟାମେରା ଆଗରେ କଥା ହେଉଥିଲେ, ସେତେବେଳେ ତାଙ୍କ ବେକରେ ଏକ ଲକେଟ୍‌ ପଡ଼ିଥିବାର ଦେଖାଯାଇଥିଲା। ଏହି ଲକେଟ୍‌ଟି ହାସନଙ୍କ ସେଲିବ୍ରେସନ୍‌ ସମୟର ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ୨୭ ବର୍ଷୀୟ ହାସନ ଏପର୍ଯ୍ୟନ୍ତ ତାଙ୍କ କ୍ୟାରିୟରରେ ୧୩ ଟି ଟେଷ୍ଟ, ୫୬ଟି ଦିନିକିଆ ଏବଂ ୩୬ଟି -୨୦ ଅନ୍ତର୍ଜାତୀୟ ଖେଳିଛନ୍ତି । ସେ ଟେଷ୍ଟରେ ୫୭ ଉଇକେଟ, ଦିନିକିଆରେ ୮୮ ଏବଂ ଟି -୨୦ ଅନ୍ତର୍ଜାତୀୟ ଫର୍ମାଟରେ ୪୮ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri