Posted inଜାତୀୟ

ସୁଫରଫାଷ୍ଟ ଏକ୍ସପ୍ରେସ୍‌ର ବଗିରୁ ଇଞ୍ଜିନ୍‌ ହେଲା ଅଲଗା: ଯାତ୍ରୀ ଆତଙ୍କିତ

ଲକ୍ଷ୍ନୌ,୩।୪: ସପ୍ତକ୍ରାନ୍ତି ସୁଫରଫାଷ୍ଟ୍‌ ଏକ୍ସପ୍ରେସ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତରପ୍ରଦେଶର ଆନନ୍ଦବିହାରରୁ ବିହାରର ମୁଜାଫରପୁର ଯାଉଥିବା ଏକ୍ସପ୍ରେସ୍‌ ଶୁକ୍ରବାର ୧୦ଟା ୪୫ରେ ଲକ୍ଷ୍ନୌ ଷ୍ଟେଶନରେ ପହଞ୍ଚିଥିଲା। ୧୦ ମିନିଟ ରହିବା ପରେ ଏହା ଗନ୍ତବ୍ୟସ୍ଥଳ ଅଭିମୁଖେ ଯାତ୍ରା କରିଥିଲା। ତେବେ ଷ୍ଟେଶନରୁ ବାହାରିବାର କିଛି ସମୟ ପରେ ଟ୍ରେନ୍‌ର ଏକ କପଲିଂ ଭାଙ୍ଗିଯାଇଥିଲା। ଫଳରେ ଇଞ୍ଜିନ ସହିତ କେତେକ ବଗି ଅଲଗା ହୋଇଯାଇଥିଲା। ଫଳରେ ଅବଶିଷ୍ଟ ବଗିଗୁଡ଼ିକ ଇଞ୍ଜିନଠାରୁ ଅଲଗା ହୋଇ ଯାଇଥିଲା। ଫଳରେ ଯାତ୍ରୀମାନେ ଆତଙ୍କିତ ହୋଇପଡ଼ିଥିଲେ। ବଗିଗୁଡ଼ିକ ବିନା ଇଞ୍ଜିନ୍‌ରେ ଏକ କିଲୋମିଟରରୁ ଅଧିକ ବାଟ ଯିବା ପରେ ସୁରକ୍ଷାକର୍ମୀ ଏବଂ ଲୋକେ ପାଇଲଟ୍‌ଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏହାକୁ ଅଟକା ଯାଇଥିଲା। ଟ୍ରେନ ଇଞ୍ଜିନ ବଗିଗୁଡ଼ିକ ନିକଟରେ ପହଞ୍ଚିବା ପରେ ପୁଣି ନୂଆ କପଲିଂ କରାଯାଇଥିଲା। ଏହାପରେ ଟ୍ରେନ୍‌ଟି ଗନ୍ତବ୍ୟ ପଥରେ ଯାତ୍ରା ଆରମ୍ଭ କରିଥିଲା। ଟ୍ରେନ୍‌ର ସମସ୍ତ ଯାତ୍ରୀ ସୁରକ୍ଷିତ ରହିଥିବା ଲକ୍ଷ୍ନୌ ଏନ୍‌ଆର୍‌ ଡିଆର୍‌ଏମ୍‌ ସଞ୍ଜୟ ତ୍ରିପାଠି ସୂଚନା ଦେଇଛନ୍ତି। ଟ୍ରେନ୍‌ରେ ଲାଗିଥିବା ଲୋକାଲ କପଲିଂ ଭାଙ୍ଗି ଯାଇଥିଲା। ତେବେ ଏହାକୁ ପୁଣି ଯୋଡ଼ା ଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri