ଲୁଣାନଦୀ ବନ୍ଧର ସ୍ଥିତି ପରଖିଲେ ସର୍ବୋଚ୍ଚ ଯନ୍ତ୍ରୀ

ଡେରାବିଶ,୨୮ା୧୧(ସ୍ବ.ପ୍ର.): ଲୁଣା-କରାଣ୍ଡିଆ ଦ୍ୱିପାଞ୍ଚଳର ମାର୍ଶାଘାଇ ବ୍ଲକ ପକ୍ଷୋଟ ଠାରେ ଲୁଣାନନୀ ବନ୍ଧ ଭୁଶୁଡ଼ିବା ଘଟଣାରେ ରବିବାର ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଇଂ. ଭକ୍ତ ରଞ୍ଜନ ମହାନ୍ତି, ମୁଖ୍ୟଯନ୍ତ୍ରୀ ଇଂ. ସାଗର ମହାନ୍ତି, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଇଂ. ପୂର୍ଣ୍ଣଚନ୍ଦ୍ର ରଥ ଘଟଣା ସ୍ଥଳରେ ପହଞ୍ଚତ୍ ଦବିଯାଇଥିବା ବନ୍ଧର ସ୍ଥିତି ଅନୁଧ୍ୟାନ କରିଛନ୍ତି। ପକ୍ଷୋଟଠାରେ ଚଳିତ ମାସ ୫ ତାରିଖ ଦିନ ଲୁଣାନଦୀର ଦକ୍ଷିଣ ପାର୍ଶ୍ୱ ବନ୍ଧ ଦବିବା ଆରମ୍ଭ କରିଥିଲା। ୭ ତାରିଖ ଦିନ ସୁଦ୍ଧା ନଦୀବନ୍ଧ ୩୦୦ ଫୁଟ ଲମ୍ବର ଓ ୧୨ ଫୁଟ ତଳକୁ ଧସିଯାଇଥିଲା। ନଦୀବନ୍ଧ ପାର୍ଶ୍ୱରେ ଥିବା ପକ୍ଷୋଟ, ଜଳପୋକ, କଣିବାଙ୍କ, ଶିଶୁଆ, ସଠିଲୋ, ପୁରୁଷୋତ୍ତମପୁର ଆଦି ଗ୍ରାମର ଲୋକମାନେ ଆଶଙ୍କାରେ ଦିନ କାଟୁଛନ୍ତି। ଏବେ ନଦୀ ବନ୍ଧ ଦବିବା ବନ୍ଦ ରହିଛି । ବିଭାଗୀୟ ଅଧିକାରୀମାନେ ଉକ୍ତ ବନ୍ଦର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହାର ସ୍ଥାୟୀ ପ୍ରତିକାର ନିମନ୍ତେ ପଦକ୍ଷେପ ନେବା ପାଇଁ ବିଭାଗୀୟ ସଚିବଙ୍କ ସହ ଆଲୋଚନା କରିବେ ବୋଲି ସର୍ବୋଚ୍ଚ ଯନ୍ତ୍ରୀ ମହାନ୍ତି ପ୍ରକାଶ କରିଛନ୍ତି। ସର୍ବୋର୍ଚ୍ଚ ଯନ୍ତ୍ରୀଙ୍କ ଗ୍ରସ୍ତ ସମୟରେ ମହାନଦୀ ନର୍ଥ ଡିଭିଜନ୍‌ର ଅଧୀକ୍ଷଣ ଯନ୍ତ୍ରୀ ସଞ୍ଜୀବ କୁମାର ବେହେରା, ପୁନ୍ଦାଳ ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀ ରାକେଶ ନାୟକ,ପୂର୍ବତନ ସରପଞ୍ଚ ଅଜୟ କୁମାର ରାଉତ ଓ ଶିକ୍ଷାବିତ୍‌ ଉତ୍ତମ କୁମାର ସ୍ବାଇଁ ପ୍ରମୁଖ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri