ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ, ଷ୍ଟାଫ୍ ଆସି ପହଞ୍ଚିଥିଲେ। ସେଠାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଠିକାଦାରମାନେ ନାରାବାଜି କରିଥିଲେ। ଅଧୀକ୍ଷଣ ଯନ୍ତ୍ରୀ କହିଛନ୍ତି, କିଛି ଲୋକ ଜାତିଆଣ ଟିପ୍ପଣୀ କରି ଧମକ ବି ଦେଇଛନ୍ତି।