ଯନ୍ତ୍ରୀ ଜାଣିନାହାନ୍ତି କାର୍ଯ୍ୟର ଅଟକଳ ମୂଲ୍ୟ

ମାଲକାନଗିରି,୧୨ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ବିଏଲକେ ଅନ୍ତର୍ଗତ ଏମପିଭି-୨୯ ଗ୍ରାମ ନିକଟସ୍ଥ ପୋଟେରୁ ଜଳସେଚନ ବିଭାଗର ଶାଖା କେନାଲରେ ନିର୍ମାଣାଧୀନ କଂକ୍ରିଟ କାମ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଛି। ଏଥିସହ ଏହି କାର୍ଯ୍ୟରେ ଶିଶୁ ଶ୍ରମିକ ନିୟୋଜିତ କରାଯାଇଥିବା କୁହାଯାଉଛି। ଏହି ଶାଖା କେନାଲ ମଧ୍ୟରେ ୨୪୫ ମିଟର ଲମ୍ବର କଂକ୍ରିଟ ନାଳ ନିର୍ମାଣ କରାଯାଉଛି। ଯେଉଁଥିରେ ମାଟି ମିଶ୍ରିତ ବାଲି ବ୍ୟବହାର ହେଉଛି। ସରକାରୀ ନିୟମ ଅନୁସାରେ ବାଲି, ମେଟାଲ ଓ ସିମେଣ୍ଟର ପରିମାଣ ୬-୪-୧ ରହିଥିବା ବେଳେ ଠିକାଦାର ଜଣଙ୍କ ୧୨ ଗାମଲା ବାଲିରେ ୪ଗାମଲା ଚିପ୍ସ ଏବଂ ନିମ୍ନମାନର ସିମେଣ୍ଟ ମିଶାଇ କାମ କରୁଥିବା ଅଭିଯୋଗ ହୋଇଛି। କାର୍ଯ୍ୟ ସ୍ଥଳରେ ନାମଫଳକ ନ ଥିବା ବେଳେ ଏହାକୁ ରାହୁଲଦେବ ନାମକ ଠିକାଦାର କରୁଥିବା ଜଣାପଡିଛି। ଏନେଇ ସଂପୃକ୍ତ ଯନ୍ତ୍ରୀ ମଳୟ ମିସ୍ତ୍ରୀଙ୍କୁ ପଚାରିବାରୁ ସେ ଏହାର ଅଟକଳ ମୂଲ୍ୟ ଜାଣି ନ ଥିବା କହିଥିଲେ। ବେଳେ କାମ ଠିକ ଠାକ୍‌ ଚାଲିଥିବା ଏବଂ ମାର୍କେଟରେ ଯେଉ ସିମେଣ୍ଟ ମିଳୁଛି ତାହା ଦ୍ୱାରା କାମ ହେଉଥିବା ପ୍ରକାଶ କରଥିଲେ। ଯନ୍ତ୍ରୀ ଜଣକ ସବୁ ସମୟରେ କାର୍ଯ୍ୟ ତଦାରଖ କରୁଥିବା ବେଳେ ଶିଶୁ ଶ୍ରମିକ ନିୟୋଜିତ ହେଉଥିବା କିପରି ଜାଣିପାରୁନାହାନ୍ତି ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହାର ତଦନ୍ତ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri