ଯନ୍ତ୍ରୀଙ୍କୁ ପରିସ୍ରା ପିଆଇବା ଘଟଣା: ବନ୍ଧାହେଲେ ପିଅନ

ଆର୍‌.ଉଦୟଗିରି,୧।୮: RWSS ବିଭାଗୀୟ ଯନ୍ତ୍ରୀଙ୍କୁ ପରିସ୍ରା ପିଆଇବା ଘଟଣାରେ ସମ୍ପୃକ୍ତ ପିଅନଙ୍କୁ ଆର୍‌. ଉଦୟଗିରି ଥାନା ପୋଲିସ ଶୁକ୍ରବାର ଗିରଫ କରିଛି। ପାଣି ବଦଳରେ ଯନ୍ତ୍ରୀଙ୍କୁ ପରିସ୍ରା ପିଇବାକୁ ଦେଇଥିଲେ ପିଅନ।
ସୂଚନାଯୋଗ୍ୟ, ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ଆରଡବ୍ଲ୍ୟୁଏସ୍‌ଏସ୍‌ରେ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଇବାକୁ ଦିଆଯାଇଥିବା ଏବେ ଲୋକଲୋଚନକୁ ଆସିଛି। ଆରଡବ୍ଲ୍ୟୁଏସ୍‌ଏସ୍‌ରେ ନୂତନ କନିଷ୍ଠ ଯନ୍ତ୍ରୀ ଭାବେ ସଚିନ କୁମାର ଗୌଡ଼ ଏଠାରେ ଗତ ୨୨ ତାରିଖରେ କାର୍ଯ୍ୟରେ ଯୋଗଦେଇଥିଲେ। ତାଙ୍କ ପାଇଁ ଉଦ୍ଦିଷ୍ଟ କ୍ୱାର୍ଟର୍ସରେ ରହିଥିଲେ। ୨୩ରେ ସେ ଖାଇସାରିବା ପରେ ତାଙ୍କ ପାଇଁ ରହିଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପିଇବାକୁ ପାଣି ମାଗିଥିଲେ। ସେ ପାଣି ଆଣି ଦେବା ପରେ ସମ୍ପୃକ୍ତ କନିଷ୍ଠ ଯନ୍ତ୍ରୀ ତାହା ପିଇଥିଲେ। ମାତ୍ର ଏହି ପାଣି ଖାରିଆ ଲାଗିବାରୁ ସେ ପାଖରେ ଥିବା ଅନ୍ୟ ୨ ଜଣଙ୍କୁ ମଧ୍ୟ ପିଇବାକୁ ଦେଇଥିଲେ। ଏହା ଖାରିଆ ଲାଗୁଥିବା ସେମାନେ ମଧ୍ୟ କହିବାରୁ କନିଷ୍ଠଯନ୍ତ୍ରୀ ଗୌଡ଼ ଏହି ପାଣିକୁ ପରୀକ୍ଷା ପାଇଁ ଦେଇଥିଲେ। ଏ ସମ୍ପର୍କରେ ସେ ନିଜ ଉପରିସ୍ଥ ଅଧିକାରୀଙ୍କୁ ମଧ୍ୟ ଜଣାଇଥିଲେ। ଏହା ପାଣି ନୁହେଁ,ପରିସ୍ରା ବୋଲି ରିପୋର୍ଟରେ ଉଲ୍ଲେଖ ରହଥିଲା। ପରେ କନିଷ୍ଠଯନ୍ତ୍ରୀ ଗୌଡ଼ ଏହି ରିପୋର୍ଟକୁ ଭିତ୍ତିକରି ଆର. ଉଦୟଗିରି ଥାନାରେ ଏତଲା ଦେଇଥିଲେ। ଏ ସମ୍ପର୍କରେ ଆର. ଉଦୟଗିରି ଥାନା ଅଧିକାରୀ ଅଶ୍ୱିନୀ ଭିତିରିଆଙ୍କୁ ପଚାରିବାରୁ ସେ କହିଲେ, ଅଭିଯୋଗକୁ ଗୁରୁତର ସହ ନିଆଯାଇ ଏହାର ତଦନ୍ତ ଜାରି ରହିଛି। ନଂ. ୮୦/୨୬ରେ ଏକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri