ଲିଖିତ ପ୍ରତିଶ୍ରୁତି ଦେଇ ହଟହଟା ହେଲେ ଯନ୍ତ୍ରୀ: ଥାନାରେ ନ ଥିବା ଦେଖି ତାତିଲେ ଅଞ୍ଚଳବାସୀ

ତୁମୁଡିବନ୍ଧ,୭।୬(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଅଞ୍ଚଳରେ ମେ ୨୯ ତାରିଖ ଶନିବାର ହୋଇଥିବା କାଳବୈଶାଖୀର ତାଣ୍ଡବରେ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବଡ଼ ବଡ଼ ଗଛ ଉପୁଡ଼ି ବିଦ୍ୟୁତ ଖୁଣ୍ଟ ଉପରେ ପଡ଼ିଥିଲା। ଫଳରେ ବିଦ୍ୟୁତ ତାର ଛିଣ୍ଡିଯିବା ସହ ଅନେକ ଖୁଣ୍ଟ ଭାଙ୍ଗିଯାଇଥିଲା। ପରେ ବେଲଘର ଅଞ୍ଚଳରେ ଦୀର୍ଘ ଦିନ ଧରି ବିଦ୍ୟୁତ ସରବରାହ ବନ୍ଦ ରହିଛି।ବିଦ୍ୟୁତ ବିଚ୍ଛିନ୍ନ ଯୋଗୁଁ ଅଞ୍ଚଳବାସୀ ନାନା ସମସ୍ୟାର ସମ୍ମୁଖୀନ ହୋଇ ଅତିଷ୍ଠ ହୋଇପଡ଼ିଛନ୍ତି। ଏହାକୁ ନେଇ ବାରମ୍ବାର ବିଦ୍ୟୁତ ବିଭାଗ କାର୍ଯ୍ୟାଳୟକୁ ଯାଇ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା ବେଲଘର ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।

ଗତ ଶନିବାର ଏକ କାର୍ଯ୍ୟକ୍ରମ ଅବସରରେ ତୁମୁଡିବନ୍ଧ ବିଦ୍ୟୁତ ବିଭାଗର ଯନ୍ତ୍ରୀ ବେଲଘର ଅଞ୍ଚଳକୁ ଯାଇଥିଲେ। ଖବର ପାଇ ଅଞ୍ଚଳବାସୀ ତାଙ୍କୁ ଅଟକ ରଖି ବିଦ୍ୟୁତ ସରବରାହ କେବେ ସ୍ୱାଭାବିକ ହେବ ବୋଲି ପଚାରିଥିଲେ। ଯନ୍ତ୍ରୀଙ୍କ ଉତ୍ତରରେ ସନ୍ତୁଷ୍ଟ ନ ହୋଇ ଅଞ୍ଚଳବାସୀ ତାଙ୍କଠାରୁ ଲିଖିତ ପ୍ରତିଶ୍ରୁତି ଦାବି କରିଥିଲେ।

ପରେ ଯନ୍ତ୍ରୀ ଏକ ଲିଖିତ ପତ୍ର ପ୍ରଦାନ କରି ନିଜ ଦସ୍ତଖତ କରିଥିଲେ। ସେହି ପତ୍ରରେ ବେଲଘର ଅଞ୍ଚଳରେ ୪୮ ଘଣ୍ଟା ମଧ୍ୟରେ ବିଦ୍ୟୁତ ସରବରାହ ସ୍ୱାଭାବିକ କରିବା ସହ ବିଭିନ୍ନ ବିଦ୍ୟୁତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି। ଏପରିକି ବିଦ୍ୟୁତ ସଂଯୋଗ ସ୍ୱାଭାବିକ ନହେବା ପର୍ଯ୍ୟନ୍ତ ବେଲଘର ଛାଡ଼ି ଯିବେ ନାହିଁ ବୋଲି ମଧ୍ୟ ଉଲ୍ଲେଖ ଥିବା ସୂଚନା ମିଳିଛି।

ଏହାପରେ ଅଞ୍ଚଳବାସୀ ବିଦ୍ୟୁତ ନ ଆସିବା ପର୍ଯ୍ୟନ୍ତ ଯନ୍ତ୍ରୀଙ୍କୁ ସୁରକ୍ଷିତ ଭାବେ ଥାନାରେ ରଖିବାକୁ ଥାନା ଅଧିକାରୀଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ପରଦିନ ସକାଳେ କିଛି ଯୁବକ ଥାନାକୁ ଯାଇ ଯନ୍ତ୍ରୀ ସେଠାରେ ନଥିବା ଦେଖିଥିଲେ। ଏହି ଘଟଣା ପ୍ରଚାରିତ ହେବା ପରେ ଅଞ୍ଚଳବାସୀ ଉତ୍ୟକ୍ତ ହୋଇ ଥାନା ଆଗରେ ହୋହଲ୍ଲା କରିଥିଲେ। ଖବର ଲେଖାଯିବା ପର୍ଯ୍ୟନ୍ତ ଥାନା ସମ୍ମୁଖରେ ଉତ୍ତେଜନା ଲାଗି ରହିଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri