ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ହିନ୍ଦୋଳ,୩୦।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର ଯନ୍ତ୍ରୀ ରଶ୍ମି ରଞ୍ଜନ ବେହେରା ଶନିବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ରଶ୍ମି ରଞ୍ଜନ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ କାବୁ କରିଛି। ପ୍ରଧାନ ମନ୍ତ୍ରୀ ଯୋଜନା ହିତାଧିକାରୀଙ୍କଠାରୁ ୧୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ଚଢ଼ାଉ କରି ତାଙ୍କୁ ରେଡ ହ୍ୟାଣ୍ଡରେ ଧରିଛି।