ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ହିନ୍ଦୋଳ, ୩୧।୧୦(ଡି.ଏନ.ଏ.)  ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଫାଇନାଲ୍‌ ବିଲ୍‌ କରାଇଦେବା ପାଇଁ ୧୫୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର କାର୍ଯ୍ୟରତ ଯନ୍ତ୍ରୀ ରଶ୍ମିରଞ୍ଜନ ବେହେରା। ତାଙ୍କୁ ଗିରଫ କରାଯିବା ପରେ ଅନୁଗୋଳ ନିଆଯାଇଛି। ଏନ୍‌ଏସି ଅଧୀନ ୬ନଂ. ଓ୍ବାର୍ଡ ସରଧାପୁରର ଶାନ୍ତିଲତା ବେହେରାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ମିଳିଥିଲା। ତେବେ ବିଲ୍‌ କରାଇଦେବା ପାଇଁ ଯନ୍ତ୍ରୀ ବେହେରା ୩୦୦୦ ଟଙ୍କା ଦାବି କରିଥିଲେ। ଶାନ୍ତିଲତାଙ୍କ ପୁଅ ମାନସଙ୍କଠାରୁ ଅଭିଯୁକ୍ତ ଯନ୍ତ୍ରୀ ୧୫୦୦ ଟଙ୍କା ନେଇଥିବା ବେଳେ ଫାଇନାଲ ବିଲ୍‌ ପାଇଁ ଅଧିକ ୧୫୦୦ ଟଙ୍କା ମାଗିଥିଲେ। ଏ ନେଇ ମାନସ ଅନୁଗୋଳ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଶନିବାର କାର୍ଯ୍ୟାଳୟରେ ମାନସଙ୍କଠାରୁ ୧୫୦୦ ଟଙ୍କା ନେଉଥିବାବେଳେ ପୂର୍ବଯୋଜନା ଅନୁଯାୟୀ ଭିଜିଲାନ୍ସ ଅଧିକାରୀମାନେ ଯନ୍ତ୍ରୀଙ୍କୁ ଧରିଥିଲେ। କଟକ ଭିଜଲାନ୍ସ ଏସ୍‌ପି ଅକ୍ଷୟ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଜଗତ୍‌ସିଂହପୁର ଡିଏସ୍‌ପି ଏଚ.କେ. ମହାନ୍ତି, ଅନୁଗୋଳ ଇନ୍ସପେକ୍ଟର ପି.କେ.ସାମଲ, କେନ୍ଦ୍ରାପଡ଼ା ଇନ୍ସପେକ୍ଟର ଏସ୍‌.କେ. କଅଁର, ଅନୁଗୋଳ ଭିଜଲାନ୍ସ ଟିମ୍‌ର ଏସ୍‌ଆଇ ସିଦ୍ଧାର୍ଥ କୁମାର ରାଉତ ପ୍ରମୁଖ ଚଢ଼ାଉରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାର ସବୁଜିମା ବିମୋହିତ କରିଛି’

ଢେଙ୍କାନାଳ,୧ା୧୨(ରତନ ନାୟାର):ନେଦରଲାଣ୍ଡ ଆର୍ମଷ୍ଟ୍ରଙ୍ଗ୍‌ର ଦମ୍ପତି ସାଇମନ ଆଣ୍ଡରସନ୍‌(୭୦) ଓ ଏକ୍‌ଜାନିଆ ହେନେରୀ(୬୦) ବାଇକ୍‌ରେ ଭାରତ ଭ୍ରମଣ କରୁଛନ୍ତି। ଏହି ଅବସରରେ ଦୁହେଁ ଗୁରୁବାର ଢେଙ୍କାନାଳ ସହରରେ...

ଧର୍ମେନ୍ଦ୍ରଙ୍କ ଲଢ଼ିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା

ଢେଙ୍କାନାଳ,୧ା୧୨ (ରତନ ନାୟାର):ଆସନ୍ତା ସାଧାରଣ ନିର୍ବାଚନରେ ଢେଙ୍କାନାଳ ଲୋକ ସଭା ଆସନରୁ ଭାଜପାର ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ଦଳୀୟ ନେତୃବୃନ୍ଦଙ୍କ ପକ୍ଷରୁ ସୋସିଆଲ ମିଡିଆରେ ଚର୍ଚ୍ଚା...

ରାଜପଥ ସମ୍ପ୍ରସାରଣ ଶେଷ ଅନିଶ୍ଚିତତାରେ

ଢେଙ୍କାନାଳ,୨୯।୧୧(ରତନ ନାୟାର): ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାସ୍ତରୀୟ ସଂସଦୀୟ କ୍ଷେତ୍ର ସଡ଼କ ସୁରକ୍ଷା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି...

ବ୍ରାହ୍ମଣୀ ଆଁରେ ୫ଶହ ହେକ୍ଟର ଜମି

ଢେଙ୍କାନାଳ,୨୨।୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ଗେଙ୍ଗୁଟିଆ, ଗୁରୁଜାଙ୍ଗଠାରୁ ଆରମ୍ଭ କରି ସାଙ୍କୁଲେଇ ଗ୍ରାମ ପର୍ଯ୍ୟନ୍ତ ପ୍ରାୟ ୫୦୦ ହେକ୍ଟର ଚାଷଜମି ବ୍ରାହ୍ମଣୀ ନଦୀର...

୧୦ ମାସରେ ୩୩୭ ଦୁର୍ଘଟଣା, ୧୫୦ ଜୀବନହାନି

ଢେଙ୍କାନାଳ,୧୭ା୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ(ରାଜସ୍ବ) ଲଳିତ ମୋହନ...

ଜେଲ୍‌ ଫାର୍ମାସିଷ୍ଟ ଗିରଫ

କାମାକ୍ଷାନଗର,୧୫।୧୧(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ବାରୁଆ (କା) ପଞ୍ଚାୟତ ସମିତି ସଭ୍ୟ ଦୀପକ ମାହୁନ୍ତଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କନ୍ତିଓପୁଟସାହି...

ମୃତଦେହ ରଖି ରାସ୍ତା ଅବରୋଧ କଲେ ପରିବାର ଲୋକେ

କାମାକ୍ଷାନଗର,୧୨ା୧୧(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ୫୩ ନମ୍ବର ଜାତୀୟ ରାଜପଥକୁ ରବିବାର ଅବରୋଧ କରାଯାଇଛି। ଶନିବାର ସଡ଼କ ଦୁର୍ଘଟଣାରେ ରେଳ ସଫେଇ କର୍ମଚାରୀ...

ଢେଙ୍କାନାଳରୁ ମେଲାଣି ନେଲେ ମା’

ଢେଙ୍କାନାଳ,୯ା୧୧(ରତନ ନାୟାର)ଢେଙ୍କାନାଳରୁ ବୁଧବାର ମେଲାଣି ନେଇଛନ୍ତି ମା’ ଲକ୍ଷ୍ମୀ। ସକାଳୁ ଆରମ୍ଭ ହୋଇଥିବା ମା’ଙ୍କ ଏହି ବିଦାୟ ପର୍ବ ବିଳମ୍ବିତ ରାତି ଯାଏ ଚାଲିଥିଲା। ପ୍ରସିଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri