ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ୬ଟି ସ୍ଥାନରେ ୪୦ ଜଣିଆ ଟିମ୍‌ର ଚଢ଼ାଉ

ସୁନ୍ଦରଗଡ଼,୧୫।୧୨(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜନସ୍ବାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନ। ମଙ୍ଗଳବାର ସକାଳେ ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗର ୪୦ ଜଣିଆ ଟିମ୍‌ ନାରାୟଣଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରିଛି।
ନାରାୟଣଙ୍କ ସରକାରୀ ବାସଭବନ ସହ ଅଫିସ, ଦେଓଗଡ଼ କେନ୍ଦୁହାଟରେ ଥିବା ଫାର୍ମହାଉସ, ଶ୍ୱଶୁର ଘର ଅନୁଗୋଳ ଟାଉନ, ଦେଓଗଡ଼ ଭାଇ ଘର, ରିଆମାଲ ଦେଓଗଡ଼ରେ ଥିବା ପୈତୃକ ଘରରେ ଏକକାଳୀନ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ଏହି ସହକାରୀ ଯନ୍ତ୍ରୀଙ୍କ କେନ୍ଦୁଘାଟ ଦେଓଗଡ଼ରେ ୧୬ ଏକର ଜମିର ଫର୍ମହାଉସ, ସମ୍ବଲପୁରରେ ୨୫ ଲକ୍ଷ ମୂଲ୍ୟର ଜମି, ଭୁବନେଶ୍ୱର ଜଟଣୀରେ ଜମି ଏବଂ ଦେବଗଡ଼ ବୁରଡ଼ାରେ ଅନେକ ଜମି ରହିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri