ଯୁବତୀଙ୍କୁ ବଳାତ୍କାର କରି ଭିଡ଼ିଓ କଲେ ଇଞ୍ଜିନିୟର: ଆଉ ତା’ପରେ ଘଟିଗଲା…

ଭୁବନେଶ୍ୱର,୨୬ା୮(ସତ୍ୟଜିତ୍‌ ରାଉତ):ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଇଞ୍ଜିନିୟରଙ୍କୁ ଭୁବନେଶ୍ୱର ମହିଳା ଥାନା ପୋଲିସ ସୋମବାର ଗିରଫ କରିଛି। ସେହେଲେ ଭୁବନେଶ୍ୱରରେ ରହୁଥିବା ଆନ୍ଧ୍ରପ୍ରଦେଶ କାକିନାଡ଼ାର ସୂର୍ଯ୍ୟସତ୍ୟ ତାଲହାରୀ(୩୦)। କୋର୍ଟ ଚାଲାଣ ପରେ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ପୋଲିସ ସୂଚନାନୁଯାୟୀ, ସୂର୍ଯ୍ୟସତ୍ୟ କିଛିଦିନ ପୂର୍ବରୁ ଏକ ଡେଟିଂ ଆପ୍‌ ଜରିଆରେ ପୀଡ଼ିତା ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ସମ୍ପର୍କ ଗଢ଼ି ଉଠିଥିଲା। ସୂର୍ଯ୍ୟସତ୍ୟ ତାଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ। ବିଭିନ୍ନ ସମୟରେ ଏକାଧିକ ହୋଟେଲରେ ନେଇ ସମ୍ପର୍କ ରଖିବାବେଳେ ସୂର୍ଯ୍ୟସତ୍ୟ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡିଓ ଉଠାଇ ରଖିଥିଲେ। ପୀଡ଼ିତା ଜଣକ ତାଙ୍କୁ ବିବାହ ଲାଗି କହିବାରୁ ସେ ଦିନ ଗଡ଼ାଇ ଚାଲିଥିଲେ। ଏପରିକି ଫଟୋ ଓ ଭିଡିଓ ଭାଇରାଲ କରିଦେବେ ବୋଲି ଧମକ୍‌ ଦେଇଥିଲେ। ଏନେଇ ପୀଡ଼ିତା ମହିଳା ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରିବା ସହ ସୂର୍ଯ୍ୟସତ୍ୟଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri