ଇଞ୍ଜିନିୟରିଂ ନାମଲେଖା ଅବଧି ୫ ଦିନ ବଢ଼ିଲା

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ):
ଓଡ଼ିଶାର ସରକାରୀ ଓ ଘରୋଇ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଅବଧିକୁ ୫ଦିନ ବୃଦ୍ଧି କରାଯାଇଛି। ଶନିବାର ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବର୍ତ୍ତମାନ ସୁଦ୍ଧା ସରକାରୀ ଓ ଘରୋଇ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ୧୨,୫୩୬ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ଗତବର୍ଷ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କଠାରୁ ଚଳିତବର୍ଷ ୪ହଜାର ଅଧିକ ବିଦ୍ୟାର୍ଥୀ ନାମ ଲେଖାଇଥିଲେ ମଧ୍ୟ ୬୦.୩୭% ସ୍ଥାନ ଖାଲି ରହିଛି। ଏହାକୁ ଦୃଷ୍ଟିରେ ରଖି ଅଧିକ ଛାତ୍ରୀଛାତ୍ରଙ୍କୁ ଏହି ପାଠ୍ୟକ୍ରମରେ ନାମ ଲେଖାଇବାର ସୁଯୋଗ ଦେବା ପାଇଁ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଥିବା ସୂଚନା ଦିଆଯାଇଛି। ବର୍ତ୍ତମାନ ସରକାରୀ ଇଞ୍ଜିନିୟରିଂ କଲେଜରେ ୮୦.୮୮% ଓ ଘରୋଇ ଇଞ୍ଜିନିୟରିଂ କଲେଜରେ ୩୩.୮୭% ସିଟ୍‌ ପୂରଣ ହୋଇଛି। ଅନ୍ୟପକ୍ଷରେ ଆସନ୍ତା ସପ୍ତାହରେ ନାମଲେଖା ଫି’ ସମ୍ପର୍କରେ ବିସ୍ତୃତ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ଏବଂ ଏହା ଆସନ୍ତା ତିନୋଟି ଶିକ୍ଷାବର୍ଷ ନିମନ୍ତେ ଲାଗୁ କରାଯିବ ବୋଲି ଆଲୋଚନାରୁ ଜଣାପଡ଼ିଛି। ବୈଠକରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ବୈଷୟିକ ଶିକ୍ଷା ନିର୍ଦ୍ଦେଶକ ରେଘୁ ଜିଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri