କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି।

ମୃତ ଛାତ୍ରଙ୍କ ନାମ ଆଦିତ୍ୟ ମହାନ୍ତ (୨୭) ଏବଂ ସେ କେନ୍ଦୁଝର ସହରର ମାଗୁରଗାଡ଼ିଆ ଅଞ୍ଚଳର ବସିନ୍ଦା ବୋଲି ଜଣାପଡ଼ିଛି।

ପୋଲିସ ସୂଚନା ଅନୁଯାୟୀ, ଆଦିତ୍ୟ ସ୍ଥାନୀୟ ସରକାରୀ ଡିଗ୍ରୀ ଇଞ୍ଜିନିୟରିଂ କଲେଜରେ ବିଟେକ୍ ପଢ଼ୁଥିଲେ। ଶନିବାର ସକାଳେ ସେ କେତେକ ସାଙ୍ଗମାନଙ୍କ ସହ କାନଝରୀ ଡ୍ୟାମକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ବେଳେ ସେ ଅଚାନକ ଗଭୀର ପାଣିଭିତରକୁ ପସିଯାଇଥିଲେ। ସେ ପହଁରିବା ଜାଣିନଥିବାରୁ ପାଣିରେ ଭାସିଯାଇଥିଲେ। ଫେରିବାକୁ ଅନେକ ଚେଷ୍ଟା କରିଥିଲେ ମଧ୍ୟ ସେ ବାହାରି ପାରି ନ ଥିଲେ।

ସାଙ୍ଗମାନେ ତାଙ୍କୁ ଉଦ୍ଧାର କରିବାକୁ ଯଥାସମ୍ଭବ ଚେଷ୍ଟା କରିଥିଲେ, କିନ୍ତୁ ସେମାନେ ବିଫଳ ହୋଇଥିଲେ। ପରେ ସେମାନେ ସଦର ଥାନାକୁ ସୂଚନା ଦେଇଥିଲେ। ସୂଚନା ପାଇ ପୋଲିସ ଅଧିକାରୀମାନେ ଅଗ୍ନିଶମ ବିଭାଗ ସହିତ ଘଟଣାସ୍ଥଳକୁ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri