ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା ପୀଡ଼ିତା ଇଞ୍ଜିନିୟରିଂ ଛାତ୍ରୀ ତାଙ୍କ ପୁରୁଷ ବନ୍ଧୁଙ୍କ ରୁମ୍‌କୁ ବୁଲିବାକୁ ଯାଇଥିବାବେଳେ ତାଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଗଣବଳାତ୍କାର କରାଯାଇଛି। ଏନେଇ ପୀଡ଼ିତାଙ୍କ ପକ୍ଷରୁ ଅଭିଯୋଗ ହେବାପରେ ସମ୍ପୃକ୍ତ ପୁରୁଷ ବନ୍ଧୁଙ୍କ ସମେତ ୪ଜଣଙ୍କୁ ଗିରଫ ସହ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ବୁଧବାର ସୂଚନା ଦେଇଛି। ଅଭିଯୁକ୍ତମାନେ ହେଲେ ବାଲେଶ୍ବର ଅଞ୍ଚଳର ଶୁଭଙ୍କର ପାଢ଼ୀ, ଯାଜପୁର ଅଞ୍ଚଳର ସିପୁନ ବେହେରା, ରଞ୍ଜନ ବେହେରା ଓ ଖୋର୍ଦ୍ଧା ଟାଉନର ରତିରଞ୍ଜନ ତରାଇ। ସେମାନେ ସମସ୍ତେ ଇଞ୍ଜିନିୟରିଂ ଛାତ୍ର ବୋଲି ଜଣାପଡ଼ିଛି।
ଅଭିଯୋଗ ଅନୁସାରେ, ପୀଡ଼ିତା ଛାତ୍ରୀ ଜଣଙ୍କ ଇନ୍‌ଫୋଭ୍ୟାଲି ଥାନା ଅନ୍ତର୍ଗତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢ଼ନ୍ତି। ଅଭିଯୁକ୍ତ ଶୁଭଙ୍କର ଏବଂ ପୀଡ଼ିତା ସମାନ କଲେଜରେ ପଢ଼ୁଥିବାରୁ ଉଭୟଙ୍କ ମଧ୍ୟରେ ପ୍ରାୟ ୨ବର୍ଷ ହେଲା ବନ୍ଧୁତା ରହିଥିଲା। ଗତ ୨୦ଦିନ ତଳେ ଶୁଭଙ୍କର ରହୁଥିବା ଆପାର୍ଟମେଣ୍ଟକୁ ପୀଡ଼ିତାଙ୍କୁ ଡାକିଥିଲେ। ପୀଡ଼ିତା ବିଶ୍ୱାସ କରି ସେଠାକୁ ଯିବାପରେ ଅନ୍ୟ ୩ ଅଭିଯୁକ୍ତ ଶୁଭଙ୍କରଙ୍କ ରୁମ୍‌ରେ ପହଞ୍ଚତ୍ଥିଲେ। ସେଠାରେ ମୃଦୁପାନୀୟ ଦେଇ ପୀଡ଼ିତାଙ୍କୁ ଶୁଭଙ୍କର ଏବଂ ଅନ୍ୟ ୩ ସହଯୋଗୀ ବଳାତ୍କାର କରିଥିଲେ। ଏନେଇ ପୀଡ଼ିତା ମଙ୍ଗଳବାର ଇନ୍‌ଫୋଭ୍ୟାଲି ଥାନାରେ ଅଭିଯୋଗ କରିବା ପରେ ପୋଲିସ ୪ଅଭିଯୁକ୍ତଙ୍କୁ ଗିରଫ କରିଛି। ପୀଡ଼ିତାଙ୍କ ଡାକ୍ତରୀମାଇନା ସହ ବୟାନ ରେକର୍ଡ କରାଯାଇଛି। ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛି। ବିଶେଷସୂତ୍ରରୁ ମିଳିଥିବା ସୂଚନାନୁସାରେ, ଅଭିଯୁକ୍ତ ଶୁଭଙ୍କର ପୀଡ଼ିତାଙ୍କ କିଛି ଭିଡିଓ ରଖି ତାଙ୍କୁ ବ୍ଲାକ୍‌ମେଲିଂ କରୁଥିଲେ। ପରେ ତାଙ୍କୁ ଗଣବଳାତ୍କାର କରିଥିଲେ। ଏହି ଘଟଣାରେ ସମସ୍ତ ୪ ଅଭିଯୁକ୍ତଙ୍କୁ ବିଏନ୍‌ଏସ୍‌ ଦଫା ୭୦(୧)ରେ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଘଟଣାର ତଦନ୍ତ ଜାରି ରହିଛି ବୋଲି ଇନ୍‌ଫୋଭ୍ୟାଲି ଥାନା ଆଇଆଇସି ଗୟାନନ୍ଦ ଶାହା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ଏପ୍ରିଲ ୨୬ତାରିଖରେ ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳରେ ଜଣେ ଏମ୍‌ବିଏ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରିବା ଅଭିଯୋଗରେ ପୋଲିସ ଜଣେ ୬୭ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri