ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ ଶିକ୍ଷା। ଅଲ୍‌ ଇଣ୍ଡିଆ କାଉନ୍‌ସିଲ୍‌ ଫର୍‌ ଟେକ୍ନିକାଲ ଏଜୁକେସନ(ଏଆଇସିଟିଇ) ପକ୍ଷରୁ ଗ୍ରୀନ୍‌ ସିଗନାଲ୍‌ ମିଳିସାରିଛି। ତେବେ କେମିତି ଓ କେଉଁ ରୂପରେଖ ନେଇ ଓଡ଼ିଆରେ ପଢ଼ାହେବ ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ନିକଟରେ ଏଆଇସିଟିଇ ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଆଇସିଟିଇର ଚେୟାରମ୍ୟାନ ପ୍ରଫେସର ଅନୀଲ ସହଶ୍ରବୁଦ୍ଧେଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପଢ଼ାଇବାକୁ ନେଇ ବୈଠକରେ ନିଷ୍ପତ୍ତି ହୋଇଛି। ଏଥିଲାଗି ଓଡ଼ିଆରେ ଇଞ୍ଜିନିୟରିଂ ପାଠ୍ୟ ପୁସ୍ତକ ପ୍ରସ୍ତୁତ କରାଯିବ। ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା(ଆଇଓଏସ୍‌ଆର୍‌)ର ତତ୍ତ୍ୱାବଧାନରେ ପାଠ୍ୟ ପୁସ୍ତକ ପ୍ରସ୍ତୁତି ହେବ। ଏ ନେଇ ଖୁବ୍‌ଶୀଘ୍ର ସଂସ୍ଥା ଏକ କମିଟି ଗଠନ କରି ଅନୁବାଦ କାମ ଆରମ୍ଭ କରିବ। ତେବେ ଇଞ୍ଜିନିୟରିଂ ଟର୍ମ ଗୁଡ଼ିକରେ ବିଶେଷ ପରିବର୍ତ୍ତନ ନ ହୋଇ କେବଳ ସରଳ ଭାଷାରେ ଅନୁବାଦ ହେବ। ପଛୁଆ ଅଞ୍ଚଳର ପିଲାଙ୍କ ଇଞ୍ଜିନିୟର ହେବା ସ୍ବପ୍ନରେ ଯେପରି ଇଂରାଜୀ ଭାଷା ବାଧକ ହେବ ନାଇଁ ସେଥିପାଇଁ ଏଭଳି ଏକ ଯୋଜନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri