ଭଡ଼ାଘରେ ଝୁଲୁଛି ଯନ୍ତ୍ରୀଙ୍କ ମୃତଦେହ: ଗୁଡଭେଲାରେ ଚାଞ୍ଚଲ୍ୟ

ବଲାଙ୍ଗୀର,୨୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଗୁଡଭେଲା ଠାରେ ଏକ ଭଡାଘରୁ ମେଘା ପ୍ରୋଜେକ୍ଟ ଯନ୍ତ୍ରୀ ପ୍ରବୀର କୁମାର ବେହେରା(୨୭)ଙ୍କ ଝୁଲନ୍ତା ମୃତ ଦେହ ତୁଷୁରା ପୋଲିସ ଉଦ୍ଧାର କରିଛି ।
ଯନ୍ତ୍ରୀ ଦୁଇ ଜଣ ସହଯୋଗୀଙ୍କ ସହିତ ମିଶି ଗୁଡଭେଲାର କେଶରାମ ଅଗ୍ରୱାଲଙ୍କ ଘରେ ଘର ଭଡା ନେଇ ରହୁଥିଲେ। ସେ ଯାଜପୁର ଜିଲା ମଙ୍ଗଳପୁର ଥାନା କନିକାପଡା ଗ୍ରାମର ବୋଲି ଜଣାପଡିଛି। ଘରେ ଏକୁଟିଆ ଥିବା ଅବସ୍ଥାରେ ପ୍ରବୀର ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ତାଙ୍କ ସାଙ୍ଗରେ ରହୁଥିବା ଅନ୍ୟମାନେ ଘରେ ଥିଲେ ନା ନାହିଁ ତାକୁ ନେଇ ପୋଲିସ ତଦନ୍ତ କରୁଛ। ଏହା ଏକ ଆତ୍ମହତ୍ୟା ନା ଷଡଯନ୍ତ୍ର ହତ୍ୟା ତାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଚନା ଚାଲିିଛି l ପୋଲିସ ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା ହୋଇଥାଇ ପାରେ ବୋଲି ଅନୁମାନ କରୁଥିବା ବେଳେ। ପୋଷ୍ଟମର୍ଟମ
ରିପୋର୍ଟ ପରେ ପ୍ରକୃତ କାରଣ ଜଣାପଡିବ ପୋଲିସ ପକ୍ଷରୁ କୁହାଯାଇଛି। ଘଟଣାସ୍ଥଳରୁ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଅଧିକ ତଦନ୍ତ ଚଳାଇଥିବା ଜଣାପଡ଼ିଛ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri